Explore

Search

February 15, 2025 9:13 am

Genres

ରାଜ୍ୟରେ ଲାଗୁହେବ ଗିଫ୍ଟ ମିଲ୍‌କ୍କ ଯୋଜନା, ପ୍ରାଥମିକ ପର୍ଯ୍ୟାୟରେ ସାମିଲ ହେବ ୨୯ଟି ସ୍କୁଲ

'Gift Milk' Initiative for School Children in Odisha

ପିଲାମାନଙ୍କ ଖାଦ୍ୟରେ ପୋଷକତତ୍ତ୍ଵର ବୃଦ୍ଧି ପାଇଁ ଓଡିଶା ସରକାର ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରିଛନ୍ତି l ପ୍ରାଥମିକ ପର୍ଯ୍ୟାୟରେ ଗିଫ୍ଟ ମିଲ୍‌କ୍କ ଯୋଜନାରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ପ୍ରତିଦିନ ୨୦୦ ଏମ୍‌ଏଲ୍ ଭିଟାମିନ୍ ଏ ଓ ଡି ଯୁକ୍ତ କ୍ଷୀର ଦିଆଯିବାକୁ ଯୋଜନା କରାଯାଇଛି । ପୂର୍ବରୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ସହ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର। ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ମୟୂରଭଞ୍ଜରେ ଅନୁଷ୍ଠିତ ଗୋ-ସମାବେଶ, ଓମଫେଡକୁ ବିପଣନ ସହାୟତା ଏବଂ ଗିଫ୍ଟମିଲ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଭାସୀ ମାଧ୍ୟମରେ ଏହାର ଶୁଭାରମ୍ଭ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ମୟୂରଭଞ୍ଜର ୩ ହଜାର ଚାଷୀଙ୍କୁ ଅଧିକ କ୍ଷୀର ଦେଉଥିବା ଗାଈ ପ୍ରଦାନ କରାଯାଇଥିଲା । ରାଷ୍ଟ୍ରପତିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭର୍ଚ୍ଚୁଆଲରେ ଉପସ୍ଥିତ ଥିଲେ । ସେହିପରି ମୟୂରଭଞ୍ଜରେ ଗୋକୁଳ ମିଶନର ଶୁଭାରମ୍ଭ ହୋଇଛି। ପାଇଲଟ୍ ପ୍ରୋଜେକ୍ଟ ଭାବରେ ଏହାକୁ ଜିଲ୍ଲାରେ କାର୍ଯ୍ୟକାରୀ କରାଯିବ। ରାଜ୍ୟର ସବୁ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ମଧ୍ୟ ଲାଗୁ ହୋଇଛି। ସୂଚନାନୁଯାୟୀ ଗତବର୍ଷ ନଭେମ୍ୱର ୩୦ରେ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଥିଲେ ରାଜ୍ୟ ସରକାର । ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ୭ ଟଙ୍କା ୬୪ ପଇସାକୁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରାଯାଇଛି। ପୂର୍ବରୁ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score