Explore

Search

January 13, 2025 5:51 pm

Genres

ଆସନ୍ତା ୧୩ରେ ରାଜ୍ଯରେ ଲାଗୁ ହୋଇପାରେ ଆୟୁଷ୍ମାନ ଯୋଜନା

ayushman bharat odisha

ଆସନ୍ତା ଜାନୁଆରୀ ୧୩ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ ଯୋଜନା ପାଇଁ କେନ୍ଦ୍ର ସରକାର ସହିତ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର ସ୍ଵାକ୍ଷରିତ ହେବ । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ହେବ ଏମ.ଓ.ୟୁ । ଏଥି ପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ବୁଝାମଣା ସ୍ଵାକ୍ଷରିତ ହେବା ପରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା । ଗୋଟିଏ କାର୍ଡରେ ଉପଲବ୍ଧ ହେବ ସ୍ୱାସ୍ଥ୍ୟସେବା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଯୋଜନା । ପୁରୁଣା କାର୍ଡକୁ ହଟାଇ ଦିଆଯିବ ମିଳିବ ନୂଆ କାର୍ଡ । ପୁରୁଣା କାର୍ଡର ପରିବର୍ତ୍ତନ ହେବ ଲୋଗୋ । ଏକ କୋଟି ପରିବାର ଏବଂ ସାଢେ ତିନି କୋଟି ଲୋକ ଏହାର ଲାଭ ପାଇବେ । ଏଥିରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ରହିବ । ମିଳିଥିବା ସୂଚନା ଅନୁସାରେ, ୬୭ ଲକ୍ଷ ପରିବାରକୁ ରାଜ୍ୟ ତାର ନିଜସ୍ୱ ପାଣ୍ଠିରୁ ଓ ୩୩ ଲକ୍ଷ ପରିବାରର ବୀମା ଟଙ୍କା କେନ୍ଦ୍ର ସରକାର ବହନ କରିବେ। ଦେଶର ୩୦ ହଜାର ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ। ଯୋଜନାର କାର୍ୟ୍ୟକାରୀତା ନେଇ କେନ୍ଦ୍ରୀୟ ଟିମ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି । 

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score