Explore

Search

May 17, 2025 2:43 am

Genres

ଆଜି ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ l ସୂଚନା ଅନୁଯାୟୀ ଏହି ଦିନିକିଆ ଗସ୍ତରେ ଆସି ରାଜ୍ଯବାସୀଙ୍କୁ ୪ ହଜାର କୋଟି ଟଙ୍କା ଭେଟି ଦେବେ l ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ଏଥିସହ ଟ୍ବିନ୍‌ ସିଟିର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ l ସକାଳ ୧୦ଟା ୪୦ମିନିଟ୍‌ରେ ବିମାନବନ୍ଦରରେ ପହଞ୍ଚିବେ l ବିମାନବନ୍ଦରରୁ ସିଧାସଳଖ ରେଭେନ୍ସା ବିଶ୍ବବିଦ୍ୟାଳୟ ଯିବେ ସେଠାରେ ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଡ.ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମାରକୀ ବକ୍ତୃତାରେ ଅଭିଭାଷଣ ପ୍ରଦାନ କରିବେ l ମଧ୍ୟାହ୍ନ ୨ଟା ୪୦ରେ କିସ୍‌ର ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score