ଭୁବନେଶ୍ବର: ଆଜି ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସର ଶେଷ ଦିନରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି । ତାଙ୍କ ଘୋଷଣା ମୁତାବକ ଆଜି ସନ୍ଧ୍ୟାରୁ ସାଧାରଣ ଲୋକମାନେ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ ବୁଲିବା ସହ ବିଭିନ୍ନ ଗ୍ୟାଲେରୀର ଷ୍ଟଲ ଦେଖିପାରିବେ ।
ସୂଚନାଯୋଗ୍ୟ ଯେ ପୂର୍ବାହ୍ନରେ ଆଜି ମହାମହିମ ରାଷ୍ଟ୍ରପତି ଆଜି ଅନେକ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି l ୧୨ ତାରିଖ ପର୍ଯ୍ୟନ୍ତ ଓଡିଶାବାସୀ ଜନତା ମଇଦାନ ଆସି ଏଭଳି କାର୍ଯ୍ୟକ୍ରମ ଦେଖିପାରିବେ ବୋଲି ପ୍ରଭାତୀ ପରିଡା ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |