Explore

Search

January 17, 2025 6:14 pm

Genres

ଆଧୁନିକରଣ ହେବ ଆସିକା ଚିନିକଳ, ଗଠନ ହେବ ଟାସ୍କ ଫୋର୍ସ

modernisation of aska sugar factory

ଆସିକା/ଗଞ୍ଜାମ: ରାଜ୍ୟର ସର୍ବପୁରାତନ ଚିନିଶିଳ୍ପର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ଵରେ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି l ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବା ସହିତ ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ଏହି ଚିନିକଳ ରାଜ୍ୟର ଏକ ପୁରାତନ ଚିନିକଳ। ଏହା ଉପରେ ଅନେକ ଚାଷୀ ନିର୍ଭରଶୀଳ। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ । ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ  ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ପରେ ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ ।

ସୂଚନା ଯୋଗ୍ୟ, ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇ ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ତଥା ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ହସ୍ତତନ୍ତ, ବୟନ, ହସ୍ତଶିଳ୍ପ ଓ ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟକ ଶ୍ରୀ ସରୋଜ କୁମାର ପାଢୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଅର୍ଥ, କୃଷି, ସମବାୟ ତଥା ଅବକାରୀ ବିଭାଗ ସଚିବ ଏବଂ ଗଞ୍ଜାମ ଜିଲ୍ଲାପାଳ ବୈଠକରେ ଉପସ୍ଥିତ ରହି ନିଜର ମତାମତ ପ୍ରଦାନ କରିଥିଲେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score