Explore

Search

January 19, 2025 2:57 am

Genres

ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଡ. ହରି ବାବୁ କମ୍ଭମପତି

odisha new governor Kambhampati Hari Babu

ନୂଆ ବର୍ଷରେ ଓଡ଼ିଶାର ନୂତନ ରାଜ୍ଯପାଳ ଭାବେ ଶପଥ ନେଇଛନ୍ତି ହରିବାବୁ କମ୍ଭମପତି l ରାଜଭବନରେ ମହାସମାରୋହରେ  ଅନୁଷ୍ଠିତ ହୋଇଯାଇଛି ଶପଥ ଗ୍ରହଣ ଉତ୍ସବ  ସମାରୋହ । ନୂତନ ରାଜ୍ଯପାଳଙ୍କୁ ଶପଥପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି ।  ଓଡ଼ିଶାର ୨୭ ତମ ରାଜ୍ୟପାଳ ହୋଇଛନ୍ତି  ହରିବାବୁ । ଉତ୍ସବ ସମାରୋହରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ଡିଜିପି, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି ଓ ଅନ୍ୟାନ୍ୟ ଆମନ୍ତ୍ରିତ ଅତିଥିବୃନ୍ଦ ଉପସ୍ଥିତ ଥିଲେ ।  ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ ହରିବାବୁ କମ୍ଭମପତି । ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ ।  ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୨୦୧୪ ମସିହାରେ  ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score