Explore

Search

March 10, 2026 1:48 am

ଖୁବ ଶୀଘ୍ର ଲାଗୁହେବାକୁ ଯାଉଛି ଆୟୁଷ୍ମାନ ଭାରତ: ସାମିଲ୍ ହେବେ ୩ କୋଟିରୁ ଅଧିକ ଲୋକ

ayushman bharat

ଖୁବ୍‌ଶୀଘ୍ର ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା । ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜ୍ୟର ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ହେଲଥ କାର୍ଡ । ଏହି କାର୍ଡ ଜରିଆରେ ଦେଶର ୨୭ ହଜାର ହସ୍ପିଟାଲରେ ସ୍ଵାସ୍ଥ୍ୟ ସେବା ପାଇପାରିବେ ରାଜ୍ୟବାସୀ । ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବି ଏହି ସ୍ଵାସ୍ଥ୍ୟ ବୀମାର ସୁବିଧା ପାଇବେ । ଦାଦନ ଶ୍ରମିକଙ୍କୁ ବି ମିଳିବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମାର ଫାଇଦା ।

ଆକଳନ ଅନୁସାରେ ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଆୟୁଷ୍ମାନ ଭାରତ ଭଳି ଆମ ରାଜ୍ୟର ୭୦ ବର୍ଷରୁ ଊର୍ଦ୍ଧ୍ବ ବ୍ୟକ୍ତି ମଧ୍ୟ ଏହି କାର୍ଡରେ ସ୍ବାସ୍ଥ୍ୟ ବୀମାର ସୁବିଧା ପାଇବେ। ଏବେ ରାସନ୍ କାର୍ଡ e-KYC ଚାଲିଛି। ଏହା ସରିବା ପରେ ରାଜ୍ୟର କେତେ ସଂଖ୍ୟକ ୭୦ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ଏହି ସ୍ବାସ୍ଥ୍ୟ ବୀମା ଯୋଜନାରେ ଉପକୃତ ହେବେ ତାହା ସ୍ପଷ୍ଟ ହେବ।

ତେବେ ପୂର୍ବରୁ ପ୍ରଚଳିତ ଥିବା ବିଏସକେଓ୍ବାଇ ଯୋଜନାରେ ୯୫୭ ହସ୍ପିଟାଲ୍‌ରେ ସୁବିଧା ମିଳୁଥିଲା ବେଳେ ଏଣିକି ୨୭ ହଜାରରୁ ଊର୍ଦ୍ଧ୍ବ ଅନୁବନ୍ଧିତ ହସ୍ପିଟାଲ୍‌ରେ ଆୟୁଷ୍ମାନ ଭାରତ ସୁବିଧା ମିଳିବ ବୋଲି ମନ୍ତ୍ରୀ କହିଛନ୍ତି । ଏଥି ସହ ଆହୁରି ମଧ୍ୟ ସେ କହିଛନ୍ତି ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୬୭ ଲକ୍ଷ ପରିବାର ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ବଳକା ୩୩ ଲକ୍ଷ ପରିବାର ସ୍ଵାସ୍ଥ୍ୟ ବୀମାରେ ସାମିଲ ହେବେ । ନୂଆ ସ୍ଵାସ୍ଥ୍ୟ ବୀମାରେ ପୁରୁଷଙ୍କୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ଵାସ୍ଥ୍ୟ ସୁବିଧା ମିଳିବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score