Explore

Search

March 28, 2025 10:12 pm

Genres

ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ଵାର , କାର୍ତ୍ତିକ ପରେ ହଟିଲା କଟକଣା

Jagannath Temple Puri

ପୁରୀ: ପବିତ୍ର କାର୍ତ୍ତିକ ମାସ ପରେ ଶ୍ରଦ୍ଧାଳୁଙ୍କ ନିୟମିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଛି ନୂତନ ଗାଇଡଲାଇନ ଜାରିକରିଛନ୍ତି l ଶନିବାରଠାରୁ ପୁନର୍ବାର ଭକ୍ତମାନେ ଶ୍ରୀମନ୍ଦିରର ଚାରିଦ୍ଵାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସିଂହଦ୍ବାର ବ୍ୟତୀତ ଅନ୍ୟ ୩ ଗୋଟି ଦ୍ବାରରେ ପ୍ରସ୍ଥାନ କରିବେ। ତେବେ ସେବକ ତ‌ଥା ତାଙ୍କ ପରିବାରବର୍ଗ ସମସ୍ତ ଦ୍ବାରରେ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ। ନାଟମଣ୍ଡପଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିର ପରାମର୍ଶ ଓ ଅନୁମୋଦନ ପରେ ନାଟ ମଣ୍ଡପରେ ହେବାକୁ ଥିବା ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି।

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ୱରୀ ବା ସୁନାବେଶ ଅନୁଷ୍ଠିତ ହୋଇଥିଲା। ଏହି ବେଶ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତଙ୍କ ଗହଳି ଲାଗିଥିଲା। ଏହି ଅବସରରେ ଭକ୍ତମାନେ ସମୁଦ୍ର ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇଥିଲେ । ରାଜ୍ୟର ବିଭିନ୍ନ ଅଞ୍ଚଳରୁ ହବିଷିଆଳିମାନେ ଏଠାକୁ ଆସି ଗତ ଏକମାସ ଧରି କାର୍ତ୍ତିକ ମହାବ୍ରତ ପାଳନ କରୁଥିଲେ l

ତେବେ କାର୍ତ୍ତିକ ମାସ ଶେଷହୋଇଥିବାରୁ ଭକ୍ତଙ୍କ ସଂଖ୍ୟା କମ୍ ରହିବ। ତେଣୁ କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ବିନୀତ ଅଗ୍ରୱାଲଙ୍କ ସମେତ ଶ୍ରୀମନ୍ଦିର ଓ ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା | ପଞ୍ଚୁକ ଗହଳି ଆଉ ନ ଥିବାରୁ ନ‌ଭେମ୍ବର ୧୬ରୁ ଭକ୍ତମାନେ ଚାରିଦ୍ଵାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score