କୋଲକାତାର ଆରଜି କର ମେଡିକାଲ କଲେଜରେ ୩୧ ବର୍ଷୀୟ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାର ତଦନ୍ତ ପାଇଁ କୋଲକାତା ଆରଜି କର ମେଡିକାଲ କଲେଜରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ସିବିଆଇ ଟିମ୍ ।ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଜି ସିବିଆଇ ଦ୍ୱାରା ତଦନ୍ତ ଆରମ୍ଭ କରାଯାଇଛି ।
ପ୍ରାଥମିକ ସ୍ତରରେ କୋଲକାତା ପୋଲିସ୍ ଏହାରୀ ତଦନ୍ତ କରୁଥିଲେ ମାତ୍ର ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି ଯେ ତଦନ୍ତରେ ବିଶେଷ ଅଗ୍ରଗତି ହୋଇନାହିଁ ଏବଂ ଏଭଳି ଧାରା ଜାରି ରହିଲେ ପୀଡ଼ିତ ପରିବାରକୁ ନ୍ୟାୟ ଦେବାରେ ସମସ୍ୟା ଉପୁଜିବ ତେଣୁ ସେ ଏହି ଦାଇତ୍ୱ ସିବିଆଇହାତରେ ନ୍ୟସ୍ତ କରିଛନ୍ତି |
ତେବେ କଣ ଥିଲା ଘଟଣା ଆସନ୍ତୁ ଜାଣିବା। ଅଗଷ୍ଟ ୯ ତାରିଖରେ କୋଲକାତାର ଆରଜି କର ମେଡିକାଲ କଲେଜରେ ଜଣେ ୩୧ ବର୍ଷୀୟ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା କରାଯାଇଥିଲା। ସେ ସେଠାରେ ଚେଷ୍ଟ ମେଡିସିନ ବିଭାଗର ପିଜି ଦ୍ଵିତୀୟ ବର୍ଷର ଛାତ୍ରୀ ଥିଲେ। ମେଡିକାଲ କଲେଜର ସେମିନାର ହଲରେ ତାଙ୍କର ମୃତ ଦେହ ମିଳିଥିଲା।ତେବେ ଏହି ଘଟଣାକୁ ପୋଲିସ ପ୍ରଥମେ ଆତ୍ମହତ୍ୟା ମାମଲା ଭାବେ ଗ୍ରହଣ କରିବାର ଅଭିଯୋଗ ହୋଇଥିଲା। ପରେ ବ୍ୟବଚ୍ଛେଦ ରିପୋର୍ଟରୁ ମହିଳା ଜଣଙ୍କ ସହ ପ୍ରଥମେ ଦୁଷ୍କର୍ମ କରାଯିବା ପରେ ତାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଥିଲା।ଏହି ମାମଲା ପରେ ଅଭିଯୁକ୍ତ ସଞ୍ଜୟ ରାୟକୁ ଗିରଫ କରାଯାଇଛି । ପଚରାଉଚରା ବେଳେ ଅଭିଯୁକ୍ତ ସବୁ ସତ ମାନିଛି। ଅଭିଯୁକ୍ତ ସଞ୍ଜୟ ରାୟ ପୋଲିସ କଲ୍ୟାଣ ବୋର୍ଡର ସହାୟକ ଭାବେ କାର୍ଯ୍ୟ କରୁଥିଲା । ଅଭିଯୁକ୍ତର ମୋବାଇଲ ଫୋନ ଜବତ କରିଛି ପୋଲିସ । ଯେଉଁଥୁରୁ ଅଶ୍ଳୀଳ ଭିଡିଓ ମିଳିଥିବା ସୂଚନା ମିଳିଛି । ତଦନ୍ତ ବେଳେ ପୋଲିସ ମେଡିକାଲ କଲେଜର ସିସିଟିଭି ଫୁଟେଜ ଯାଞ୍ଚ କରିଛି।
ଘଟଣାକୁ ନେଇ କେବଳ ପଶ୍ଚିମବଙ୍ଗରେ ନୁହେଁ ବରଂ ସାରା ଦେଶରେ ପ୍ରତିବାଦ ଦେଖାଦେଇଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଭିନ୍ନ ରାଜ୍ୟରେ ଡାକ୍ତରମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |