ଭୁବନେଶ୍ବର: ଆଗାମୀ ଦୁଇ ମାସ ମଧ୍ୟରେ ଓମଫେଡ୍ ପକ୍ଷରୁ ଆହୁରି ୨ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବ l ଓମଫେଡ୍ ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି l ଗ୍ରାମାଞ୍ଚଳରେ ଥିବା ଗ୍ରାହକଙ୍କୁ ଓମଫେଡ୍ ପ୍ରଦତ୍ତ ସ୍ଵାଦିଷ୍ଟ ଏବଂ ଗୁଣାତ୍ମକ ଦୁଗ୍ଧ, ଛେନାପୋଡ, ମିଠା ଦହି, ରାବିଡ଼ି, ଆଇସକ୍ରିମ, ଘୋଳଦହି ଆଦି ଯୋଗାଇବା ଉଦ୍ଦେଶ୍ୟରେ ପଞ୍ଚାୟତସ୍ତରରେ କ୍ଷୀର ଧାରା କେନ୍ଦ୍ର ଖୋଲିବାର ନିଷ୍ପତ୍ତି ନିଆଯାଇଛି l ପ୍ରାଥମିକ ପର୍ଯ୍ୟାୟରେ ବିଭିନ୍ନ ଜିଲ୍ଲାର କୋଡ଼ିଏଟି ପଞ୍ଚାୟତରେ ଏହି କେନ୍ଦ୍ର ଖୋଲାଯିବ l ପରବର୍ତ୍ତୀ ସମୟରେ ଅନ୍ୟ ପଞ୍ଚାୟତମାନଙ୍କରେ ଖୋଲାଯାଇ ଚାଷୀଙ୍କ ଠାରୁ ଦୁଗ୍ଧ ସଂଗ୍ରହ କରାଯାଇ ପ୍ରକ୍ରିୟାକରଣ ପାଇଁ ନିକଟସ୍ଥ ପ୍ଲାଣ୍ଟକୁ ପଠାଯିବ l ସେଠାରେ ଓମଫେଡର ସମସ୍ତ ପ୍ରକାର ଉତ୍ପାଦ ବିକ୍ରୟ କରାଯିବା ସହ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ସୃଷ୍ଟି ହେବା ନେଇ ଆଶା କରାଯାଉଛି l ଏଥି ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଓମଫେଡ୍ ଘିଅ ଭୋଗ ଓ ଦୀପରେ ଲାଗି ହେବା ପରେ ଏହାର ଚାହିଦା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ବୋଲି ଶ୍ରୀ କୁଲାଙ୍ଗେ ସୂଚନା ଦେଇଛନ୍ତି l
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |