Explore

Search

June 1, 2025 1:04 pm

Genres

ପୁନର୍ବାର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର: ରତ୍ନଭଣ୍ଡାରରୁ ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେବ

Puri Ratna Bhandar

ଆଜି ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ବାହାର ଏବଂ ଭିତର ରତ୍ନଭଣ୍ଡାରର ସମସ୍ତ ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତର କରାଯିବ। ଶ୍ରୀମନ୍ଦିର ପରିସର ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ଏହାକୁ ସୁରକ୍ଷିତ ରଖାଯିବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ।

ତେବେ ସୂଚନା ରହିଛି କି ରାଜ୍ଯସରକାର ଧାର୍ଯ୍ଯ କରିଥିବା ଏସଓପି ମାଧ୍ଯମରେ ଦିନ ଗୋଟାଏରୁ ଏହି କାର୍ଯ୍ଯ କରାଯିବ। ଏହା ଶେଷ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଠାକୁର ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ନୀତିକାନ୍ତିରେ ଯେପରି ବାଧା ନଉପୁଯିବ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ବିଶେଷ ନୀତିନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ତେବେ ଭକ୍ତମାନେ ମହାପ୍ରସାଦ ପାଇବାରେ କୌଣସି ସମସ୍ୟା ହେବନି। ଆନନ୍ଦ ବଜାରରୁ ମହାପ୍ରସାଦ କିଣିବା ପାଇଁ ଶ୍ରଦ୍ଧାଳୁମାନେ ସିଂହଦ୍ବାରରେ ପ୍ରବେଶ କରି ଉତ୍ତର ଦ୍ବାରରେ ପ୍ରସ୍ଥାନ କରିପାରିବେ।

ତେବେ ଏହି ସ୍ଥାନାନ୍ତରଣ ଦ୍ୱାରା ପୁରୁଣା ସିନ୍ଦୁକ, ଆଲମିରା ଓ ବାକ୍ସରୁ ରତ୍ନଅଳଙ୍କାର ବାହାର କରାଯାଇ ନୂଆ ସିନ୍ଦୁକ, ଆଲମିରା ଓ ବାକ୍ସରେ ରଖାଯିବ , ଏହି ସ୍ଥାନାନ୍ତରଣ ସମୟର ସମସ୍ତ ତଥ୍ୟ ଭିଡିଓ ରେକର୍ଡିଂ କରାଯିବା ସହ ସମସ୍ତ ଅଳଙ୍କାର ମାନକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯିବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score