ଗତବର୍ଷ ଆଜିର ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଥିଲା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ISRO)। ସେହି ପରିପ୍ରେକ୍ଷୀରେ ଆଜି ସାରା ଦେଶ ପାଳୁଛି ପ୍ରଥମ ଜାତୀୟ ମହାକାଶ ଦିବସ। ଆଜିର ଦିନରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଥିଲା ଭାରତର ମୁନ୍ ମିଶନ ଚନ୍ଦ୍ରଯାନ-3। ଏହି ମୁହୂର୍ତ ଥିଲା ପ୍ରତିଟି ଭାରତୀୟଙ୍କ ପାଇଁ ଗୌରବ ର ମୁହୂର୍ତ ,ବିଗତ ବର୍ଷର ବିଫଳତା ପରେ ପରିଶେଷରେ ସଫଳତାର ଶୀର୍ଷରେ ପହଞ୍ଚିଥିଲା ଭାରତ । ଯାହା କୌଣସି ଦେଶ କରିବାରେ ସକ୍ଷମ ହୋଇନଥିଲା ତାହା କରି ଦେଖାଇଥିଲା ଭାରତ। ଦେଶରେ ବିଶ୍ବର ଏକ ନମ୍ବର ଦେଶ ଭାବେ ବିଶ୍ବବିଦିତ ହୋଇଥିଲା ଇଣ୍ଡିଆ । ଏହି ସଫଳତାର ସ୍ମୃତିକୁ ଉଜ୍ଜୀବିତ ରଖିବାକୁ ପ୍ରତିବର୍ଷ ଅଗଷ୍ଟ ୨୩କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ମହାକାଶ ଦିବସ ଭାବେ ଘୋଷଣା କରିଥିବା ବେଳେ, ଚଳିତବର୍ଷ ପାଳନ ହେଉଛି ପ୍ରଥମ ନ୍ୟାସନାଲ ସ୍ପେଶ୍ ଡେ।ତେବେ ସୂଚନା ଥାଉ କି ଚଳିତ ବର୍ଷର ଏହି ଦିନର ଥିମ ରହିଛି ”ଚନ୍ଦ୍ରକୁ ଛୁଇଁବା ସହିତ ଜୀବନ ଛୁଇଁବା: ‘ Touching the Moon, Touching Lives: India’s Space Story (ଭାରତର ମହାକାଶ ଗାଥା) ।
ଏହି ଦିବସ ଉପଲକ୍ଷେ ପ୍ରାୟ ମାସେ ଧରି ଦେଶର ବିଭିନ୍ନ ସ୍ଥାନରେ ଇସ୍ରୋ ସହଭାଗିତାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା ବେଳେ, ଆଜି ଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବ ବର୍ଣ୍ଣାଢ୍ୟ ଉତ୍ସବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉପସ୍ଥିତ ରହିବେ ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |