ରାଜ୍ୟ ସଭା ନିର୍ବାଚନ ପାଇଁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ଦେଶର ୯ଟି ରାଜ୍ୟରେ ଖାଲିପଡ଼ିଥିବା ୧୨ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିଲାଗି ପ୍ରାର୍ଥୀ ପତ୍ର ଦାଖଲ ବୁଧବାରଠାରୁ ଆରମ୍ଭ ହୋଇସାରିଛି ।
ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବାବେଳେ ଅଗଷ୍ଟ ୨୭ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ରହିଛି। ସେପ୍ଟେମ୍ବର ୩ରେ ଭୋଟିଂ ହେବ ଏବଂ ସେହି ଦିନ ଫଳାଫଳ ପ୍ରକାଶ ପାଇବ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି ।
ଓଡ଼ିଶା ସମେତ ଆସାମ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତ୍ରିପୁରା, ବିହାର, ହରିୟାଣା, ରାଜସ୍ଥାନ ଏବଂ ତେଲେଙ୍ଗାନାରେ ଖାଲିପଡ଼ିଥିବା ୧୨ଟି ରାଜ୍ୟସଭା ଆସନ ଲାଗି ଉପନିର୍ବାଚନ ହେବ ନେଇ ସୂଚନା ରହିଛି |ସୂଚନାଯୋଗ୍ୟ ଯେ , ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲିପଡ଼ିଥିବା ଓଡ଼ିଶାର ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |