Explore

Search

February 14, 2025 2:08 am

Genres

ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ଅରବିନ୍ଦ ପାଢ଼ୀ

sjta chief administrator

ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ୱ ।

ବଡ଼ ଠାକୁରଙ୍କ ପହଣ୍ଡି ଅଘଟଣ ପରେ ଆକ୍ସନ ମୋଡ଼ରେ ରାଜ୍ୟ ସରକାର। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଦାୟିତ୍ବ। ଗୁରୁବାର ରାତି ଅଧିଆ ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢୀଙ୍କର ମଧ୍ୟ ପୁରୁଣା ଅଭିଜ୍ଞତା ରହିଛି।

 

ସୂଚନାଯୋଗ୍ୟ, ନିକଟରେ ବୀରବିକ୍ରମ ଯାଦବ ମେ ୨୨ରୁ ଜୁନ ୧୧ ପର୍ଯ୍ୟନ୍ତ ଛୁଟିରେ ଯାଇଥିବା ବେଳେ ଅରବିନ୍ଦ ପାଢୀଙ୍କୁ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ମିଳିଥିଲା। ଏହା ପୂର୍ବରୁ ୨୦୧୪ ମସିହାରେ ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରିଥିଲେ ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀ। ସେପଟେ ବରିଷ୍ଠ ଆଇଏସ ଅଧିକାରୀଙ୍କ ଉପରେ ରାଜ୍ୟ ସରକାରଙ୍କ ଛାଟ ବାଜିବା ଆରମ୍ଭ ହୋଇଥିବା ବେଳେ ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦରୁ ହଟାଯାଇଥିବା କୁହାଯାଉଛି। ସେ ଯୋଗାଣ ଓ ପୂର୍ତ୍ତ ବିଭାଗର ସଚିବ ରହିବା ସହ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ପାଇଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ କୌଣସି ଆଖିଦୃଶିଆ ପ୍ରଶାସନିକ ଦକ୍ଷତା ଦେଖାଇନଥିଲେ ମଧ୍ୟ ବିଜେଡି ସରକାର ସମୟରେ ଅଖଣ୍ଡ କ୍ଷମତା ଭୋଗ କରୁଥିଲେ ବୋଲି ଚର୍ଚ୍ଚା ହୁଏ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score