Explore

Search

March 28, 2025 8:58 pm

Genres

ସରୋଜିନୀ ସାହୁ ୪୫ ତମ ‘ଶାରଳା ପୁରସ୍କାର’ ପାଇଁ ମନୋନୀତ

Sarojini Sahu

ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ। ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ। ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବିଶାଳ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ସେହିପରି ବିଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ଓ ପ୍ରସିଦ୍ଧ କଣ୍ଠ ଶିଳ୍ପୀ ତାନସେନ୍‍ ସିଂଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ପ୍ରଦାନ କରାଯିବ।ତେବେ ସୂଚନା ଥାଉ କି ଏହି ପୁରସ୍କାର ଘୋଷଣା ହେବାପରେ ତାଙ୍କ ପାଖକୁ ପାଠକ ଓ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟିଛି।

ଏହି କାର୍ଯ୍ୟକ୍ରମରେ ଭଗବାନ ଜୟସିଂହ, କାଳୀଦାସ ମିଶ୍ର, ଗୌରହରି ଦାସ, ସଦାନନ୍ଦ ତ୍ରିପାଠୀ, ବୈଜୟନ୍ତୀ ମିଶ୍ର, ସଂଯୁକ୍ତା ମହାନ୍ତି ଓ ତାପସ କୁମାର ସାମନ୍ତରାୟ ଆଦି ବିଚାରପତି ଭାବେ ଯୋଗଦାନ କରିଥିଲେ। ଅପରପକ୍ଷରେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ବାବଦରେ ଉଭୟ ଭାସ୍କର୍ଯ୍ୟଶିଳ୍ପୀ ଶ୍ରୀ ସାହୁ ଓ କଣ୍ଠଶିଳ୍ପୀ ଶ୍ରୀ ସିଂଙ୍କୁ ୨ଲକ୍ଷ ଟଙ୍କା ଅର୍ଥରାଶି, ମାନପତ୍ର ଓ ଫଳକ ପ୍ରଦାନ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବଂଶୀଧର ପଣ୍ଡା ଓ ତାଙ୍କ ସହଧର୍ମିଣୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ପ୍ରତିଫଳନ ହେଉଛି ଶାରଳା ପୁରସ୍କାର ଉତ୍ସବ। ୧୯୮୦ ମସିହାରୁ ପ୍ରଦାନ କରାଯାଇଥିବା ଶାରଳା ପୁରସ୍କାର ୪୫ ବର୍ଷ ଧରି ଏହାର ଯାତ୍ରା ଜାରି ରଖିଛି। ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି। ଇମ୍ପାକ୍ଟର ଅନ୍ୟଏକ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ରହିଛି “ଏକଲବ୍ୟ ପୁରସ୍କାର”, ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ାବିତମାନଙ୍କୁ ସେମାନଙ୍କ ଉତ୍କର୍ଷ ପାଇଁ ପ୍ରଦାନ କରାଯାଇଆସୁଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score