Explore

Search

March 28, 2025 9:54 pm

Genres

ସୃଷ୍ଟି ହେଲା ଆଉ ଏକ ଲଘୁଚାପ | ଆସନ୍ତା 22 ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

Odisha Weather News

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ| ଏହି ଲଘୁଚାପ କ୍ଷେତ୍ର ଅଧିକ ଦୃଢ଼ୀଭୁତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଓଡ଼ିଶା ଉପକୂଳ ଆଡକୁ ମୁହାଁଇବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଆସନ୍ତା 22 ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରିରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ | ଏହାକୁ ଦୃଷ୍ଟିରେ ରଖି ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଖୋର୍ଦ୍ଧା, ନୟାଗଡ଼, ପୁରୀ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି | ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବିଭିନ୍ନ ସ୍ଥାନର ଜଳବନ୍ଦୀ ସ୍ଥିତି ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଉପୁଜିବାର ଆଶଙ୍କା ମଧ୍ୟ ରହିଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score