ଆଜିଠୁ ବଢ଼ିବ ବର୍ଷାର ପରିମାଣ । ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଥିବାରୁ ବର୍ଷାର ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ।ଆଜି ପାଇଁ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କେନ୍ଦୁଝର, ଢେ଼ଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା ମୟୁରଭଂଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ସୁନ୍ଦରଗଡ, ଝାରସୁଗୁଡ଼ା, ସୋନପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ । ଆସନ୍ତାକାଲି ପାଇଁ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଥିବା ସୂଚନା ରହିଛି ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |