Explore

Search

February 15, 2025 1:40 am

Genres

ସ୍ୱାଧୀନତା ସଂଗ୍ରାମୀଙ୍କୁ ମିଳିବ ୨୦ ହଜାର ଟଙ୍କାର ଭତ୍ତା ଓ ମେଡିକାଲ ସହାୟତା

Freedom Fighters' Pension

ଭୁବନେଶ୍ବର: ଓଡିଶା ସରକାରଙ୍କ ବଡ ଘୋଷଣା l ଜାତୀୟ ଜରୁରୀ ପରିସ୍ଥିତିର ସଂଗ୍ରାମୀଙ୍କୁ ମିଳିବ ଆର୍ଥିକ ସହାୟତା ଏବଂ ଚିକିତ୍ସା ସହାୟତା l ୩୮ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର ।ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର ।

୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ସବୁ ସଂଗ୍ରାମୀଙ୍କୁ ସୁବିଧା ମିଳିବ ବୋଲି ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି l ମିସା ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଲେଜ ଓ ସ୍କୁଲ ବହିରେ ସେମାନଙ୍କୁ ସ୍ଵତନ୍ତ୍ର ସ୍ଥାନ ଦିଆଯାଇନାହିଁ । କେବଳ ଗୋଟିଏ ଦୁଇଟି ପୃଷ୍ଠାରେ ସୀମିତ ରଖାଯାଇଛି । ସବୁ ସ୍ଵାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ଦେବା ପାଇଁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର । ଏକଥାକୁ ସରକାର ବିଚାର କରୁଛନ୍ତି। ପୂଜ୍ୟପୂଜାଙ୍କୁ ସମ୍ମାନ ଦେବା ସହ ସ୍ମୃତି ଚରଣ କରିବାରେ ସରକାର କେବେ ବି ପଛଘୁଞ୍ଚା ଦେବେ ନାହିଁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score