Explore

Search
Close this search box.

Search

November 22, 2024 2:25 am

Genres

୩ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ :ଜାଣନ୍ତୁ କଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

draupadi murmu

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତା ୨୩ ତାରିଖ ସକାଳେ ସେ ବାଙ୍ଗିରିପୋଷି ହେଲିପ୍ୟାଡରେ ଅବତରଣ କରିବେ । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ବ୍ୟବସ୍ଥିତ କରିବା ପାଇଁ ଗତକାଲି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।

ତେବେ ସୂଚନା ଥାଉ କି ଦିନ ପ୍ରାୟ ୧୦ଟାରୁ ସାଢେ ୧୧ଟା ଭିତରେ ବାଙ୍ଗିରିପୋଷି ଷ୍ଟେସନରେ ତିନିଟି ରେଳ ଲାଇନ୍‌ର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି । ଏଥିସହ ଭର୍ଚୁଆଲରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ୍ ଏବଂ ଉପଖଣ୍ଡ ଚିକିତ୍ସାଳୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ଏହାପରେ ବାଙ୍ଗିରିପୋଷି କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ମଧ୍ୟାହ୍ନରେ ରଙ୍ଗମାଟିଆ ହେଲିପ୍ୟାଡରେ ଓହ୍ଲାଇ ଉପରବେଡା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରବାକୁ ଯିବେ । ଅପରାହ୍ନ ୧.୧୦ରୁ ୧.୪୦ ଯାଏଁ ରାଷ୍ଟ୍ରପତି ଉପରବେଡା ଘରେ ରହି ଗ୍ରାମବାସୀଙ୍କ ସହ ଆଲୋଚନା କରିବେ । ରାଇରଙ୍ଗପୁରରେ ମଧ୍ୟାହ୍ନ ଭୋଜନ ପରେ ରାଷ୍ଟ୍ରପତି ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ‘ଏଏଲଏସ ଟ୍ରଷ୍ଟ’ ତରଫରୁ ପ୍ରଦତ୍ତ ଆମ୍ବୁଲାନ୍ସକୁ ଲୋକାର୍ପଣ କରିବେ । ପରେ ସେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ଗସ୍ତ କରି ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାମାନଙ୍କ ସହ ଭାବ ବିନିମୟ କରିବେ । ସଂଧ୍ୟାରେ ରାଇରଙ୍ଗପୁର ପୁଣ୍ୟେଶ୍ୱର ମହାଦେବ ମନ୍ଦିର ଯାଇ ନବନିର୍ମିତ ଶ୍ରୀ ଗଣେଶଙ୍କ ପ୍ରତିମା ଅନାବରଣ କରିବେ । ସେଦିନ ରାଷ୍ଟ୍ରପତି ରାଇରଙ୍ଗପୁରରେ ଅବସ୍ଥାନ କରିବେ ।

୨୪ ତାରିଖ ସକାଳେ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି । ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ୭୫ ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ । ଅପରାହ୍ନ ୪.୧୫ ରେ ‘ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ’୪୦ ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ । ସଂଧ୍ୟା ୬ରେ ନବନିର୍ମିତ ବିଚାର ବିଭାଗୀୟ କୋର୍ଟ କମ୍ପ୍ଲେକ୍ସକୁ ରାଷ୍ଟ୍ରପତି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିବେ । ୨୫ ତାରିଖ ସକାଳ ୯.୩୦ ରେ ଭୁବନେଶ୍ୱର ନୀଳାଦ୍ରୀ ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂତନ ପ୍ରତିମୂର୍ତ୍ତିର ଅନାବରଣ କରିବେ । ପୂର୍ବାହ୍ନ ୧୦.୨୦ ରେ ସେ ଭାରତୀୟ ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରୁ ରାୟପୁର ଅଭିମୁଖେ ଯାତ୍ରା କରିବେ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score