ନୂଆଦିଲ୍ଲୀ: ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଓଡ଼ିଶାରେ ୮ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସମେତ ଦେଶର ୧୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଅର୍ଥନୈତିକ ବ୍ୟପାର କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି l
ରାଜ୍ୟରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ ଗୁଡ଼ିକ ଟିଟିଲାଗଡ଼, ପାଟଣାଗଡ଼, ଆଇଟିଟିପି ଖୋର୍ଦ୍ଧା, ଆଠମଲ୍ଲିକ କୁଚିଣ୍ଡା, କାମାକ୍ଷାନଗର, ଜୟପୁର ଓ ତାଳଚେରଠାରେ ସ୍ଥାପନ କରାଯିବ। ଏଥିପାଇଁ ୬୩ ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ନିଯୁକ୍ତି ମିଳିବ । ସେହିପରି ଦେଶରେ ୨୮ଟି ନୂତନ ଜବାହର ନବୋଦୟ ବିଦ୍ୟାଳୟ ସ୍ଥାପନ ଲାଗି ୨୩୫୯ ୮୨ କୋଟି ମଞ୍ଜୁର ହୋଇଛି।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |