Explore

Search

March 29, 2025 4:34 am

Genres

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଯିବେ ମହାମହିମ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଯିବେ ମହାମହିମ

ଆଜି ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ନ ୧.୩୦ ମିନିଟରେ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ଏଠାରୁ ହେଲିକପ୍ଟରରେ ନୟାଗଡ଼ ଯାଇ କାଳିଆପଲ୍ଲୀରେ ବିଶ୍ଵାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗ ଦେବେ । ଏହାସହ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ । ସୋମବାର ସନ୍ଧ୍ୟା ୬ ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ ଓ ସେଇଠି ରାତ୍ରିଯାପନ କରିବେ। ମଙ୍ଗଳବାର ସକାଳ ୯ ଟା ରେ ଦିଲ୍ଲୀ ଅଭିମୁଖେ ଫେରିଯିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଅତିରିକ୍ତ କମିଶନର ନରସିଂହ ଭୋଳ ଓ ଡିସିପି ଜଗମୋହନ ମିନା । ଏଥିସହ ରାଫୁଲ ଡ୍ରେସ କାରକେଡ ରିହାର୍ସଲ ମଧ୍ୟ କରାଯାଇଛି ବୋଲି ସୂଚନା ମିଳିଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score