ରାଜ୍ୟ: ବର୍ତ୍ତମାନ ରାଜ୍ୟ ବାହାରେ ଥିବା ଓଡ଼ିଆ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା l ଜିଲ୍ଲାଭିତ୍ତିକ ସମୀକ୍ଷାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି “ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ଓଡ଼ିଆ ମହିଳା ଅଛନ୍ତି । ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରିନାହାନ୍ତି । ସେମାନଙ୍କୁ ଏହି ଯୋଜନାରେ ସାମିଲ ହେବା ପାଇଁ ଅନୁରୋଧ କରିବା ସହିତ ଶୀଘ୍ର ଆବେଦନ କରି ଏହି ଯୋଜନାର ସୁଫଳ ପାଆନ୍ତୁ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା l ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ଏଇ ମାସ ଶେଷ ସପ୍ତାହରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। କିନ୍ତୁ ଦୁଃଖର ବିଷୟ ଏବେ ମଧ୍ଯ ୨ ଲକ୍ଷରୁ ଅଧିକ ମହିଳା ନିଜର କେୱାଇସି ଅପଡେଟ କରିନାହାନ୍ତି। ତେଣୁ ସରକାର ମାସ ଶେଷକୁ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ପ୍ରସ୍ତୁତ ହେଉଥିବାରୁ ଯଥାଶୀଘ୍ର କେୱାଇସି ଅପଡେଟ ପାଇଁ କିଛିଦିନ ତଳେ ଅପିଲ କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |