ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାୟବ ସିଂ ସୈନୀ । ଦ୍ଵିତୀୟ ଥର ପାଇଁ ସେ ହରିୟାଣାର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ଗୁରୁବାର ହରିୟାଣାର ରାଜ୍ୟପାଳ ବନ୍ଦାରୁ ଦାତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ଏହି ଶପଥ ଗ୍ରହଣ ଉତ୍ସବ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ଅନେକ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ବରିଷ୍ଠ ନେତା ଓ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ।
ତେବେ ସୂଚନା ଥାଉ କି ହରିୟାଣା ବିଧାନସଭାରେ ୯୦ ବିଶିଷ୍ଠ ଆସନରେ ବିଜେପି ୪୮ଟି ସିଟ୍ ଓ କଂଗ୍ରେସ ୩୭ସିଟ୍ ଜିତିଛି । ଏଠାରେ ଲଗାତାର ତୃତୀୟ ବିଜୟ ହାସଲ କରିଛି ବିଜେପି । ଏହି ଶପଥ ଗ୍ରହଣ ହରିୟାଣା ପାଇଁ ଏକ ଐତିହାସିକ ଘଟଣା, କାରଣ ଲଗାତାର ତୃତୀୟ ଥର ପାଇଁ ହରିୟାଣାରେ ବିଜେପି ସରକାର ଗଠନ କରିଛି ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |