ସାରା ରାଜ୍ୟରେ ଏବେ ମୌସୁମୀ ଜନିତ ଲଗାନା ବର୍ଷା ଜାରି ରହିଛି ତେବେ ଏଥି ମଧ୍ୟରେ ପାଣିପାଗ ପକ୍ଷରୁ ଆସିଛି ଏକ ଗୁରୁତ୍ୱପୂର୍ଣ ସୂଚନା। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର। ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି।
ସେହିପରି ବର୍ଷା ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା – ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, ଦେଓଗଡ଼, ସମ୍ବଲପୁର, ସୋନେପୁର, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜ।
ଅନ୍ୟପଟେ ଲଗାଣ ବର୍ଷ ଯୋଗୁ ବଢ଼ିବାରେ ଲାଗିଛି ମହାନଦୀରେ ଜଳସ୍ତର ତେଣୁ ସତର୍କ ରହିବାକୁ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |