Explore

Search

March 14, 2025 2:53 am

Genres

ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ ଉଦଘାଟନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ ଉଦଘାଟନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପୁରୀଠାରେ ଜନସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାରେ ଉତ୍ତମ ଓ ଅନୁକରଣୀୟ ଅଭ୍ୟାସ ଓ ଉଦ୍ଭାବନ ସମ୍ପର୍କିତ ନବମ ଜାତୀୟ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ କେନ୍ଦ୍ରମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା l ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି l ଏହି ଅବସରରେ ଓଡିଶାର ସ୍ବାସ୍ଥ୍ୟ ମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ସୂଚନା ଦେଇଛନ୍ତି l ଆଗାମୀ ୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ l ଓଡ଼ିଶାରେ ୨୦୦ଟି ଡେ କେୟାର କ୍ୟାନ୍‌ସର ହସ୍ପିଟାଲ ହେବା ସହ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ୩ କୋଟି ୫୦ ଲକ୍ଷ ହିତାଧିକାରୀ ସାମିଲ ହେବେ ବୋଲି ସୂଚନା ଦେଇଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score