Explore

Search

December 27, 2024 3:17 am

Genres

ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା:୨୦୨୫ ରୁ ଲାଗୁହେବ ନୂଆ ପ୍ରଶ୍ନପତ୍ର ଢାଞ୍ଚା

Odisha CHSE Exam 2025

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍‌ଇ ) ପକ୍ଷରୁ ଆସିଛି ବଡ ଖବର। ବଦଳିବ ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା୨୦୨୫ରେ ଯୁକ୍ତ ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ନୂଆ ଢାଞ୍ଚା ଅନୁଯାୟୀ ଏଣିକି ବାର୍ଷିକ ପରୀକ୍ଷାରେ ୧୦୦ ନୁହେଁ ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ କରିବେ, ନହେଲେ ଫେଲ୍ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ ପରୀକ୍ଷା ହେବ। ତେବେ ଆସନ୍ତା ବର୍ଷରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସିବିଏସଇ ଢାଞ୍ଚାକୁ ଫଲୋ କରିଛନ୍ତି ବୋଲି କୁହାଯାଉଛି। ବିଜ୍ଞାନ ଏବଂ ବାଣିଜ୍ୟ ବିଷୟରେ ସର୍ବାଧିକ ୫ମାର୍କ ପର୍ଯ୍ୟନ୍ତ ପ୍ରଶ୍ନ ଆସିବ ସେହିପରି କଳା ବିଭାଗ ବିଷୟ ଗୁଡ଼ିକରେ ସର୍ବାଧିକ ୮ ମାର୍କ ପର୍ଯ୍ୟନ୍ତ ପ୍ରଶ୍ନ ଆସିବ।

ଏଥିସହ ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌ପ୍ରାକ୍ଟିକାଲ ବିଷୟ ଗୁଡ଼ିକରେ ୮୦ ମାର୍କର ଥିଓରୀ ଏବଂ ୨୦ ମାର୍କର ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟ ଗୁଡ଼ିକରେ ୪୦ ମାର୍କର ଥିଓରୀ ଏବଂ ୧୦ ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ । ପ୍ରାକ୍ଟିକାଲ ଏବଂ ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍ ହେବା ପାଇଁ ମୋଟ ୮୦ ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ । ଏଥିସହ ବାଧ୍ୟତାମୂଳକ ଭାବେ ଇଂରାଜୀ ଓ ମାତୃଭାଷାରେ ଆସୁଥିବା ରଚନା ଲେଖନୀକୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯାଇଛି।

ସୂଚନା ଥାଉ କି ଫେବୃଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବା। ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୫ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ। ତେବେ ୨୦୨୫ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ଯୋଜନା ରଖିଥିଲା । କିନ୍ତୁ ବର୍ତ୍ତମାନ ସମୟରେ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଶେଷ ହୋଇ ନ ଥିବାରୁ ଏହାକୁ ଆଉ କିଛି ଦିନ ପର୍ଯ୍ୟନ୍ତ ଘୁଞ୍ଚା ଯାଇଥିଲା। ଯୁକ୍ତ ଦୁଇ ପରୀକ୍ଷା ଫର୍ମ ପୂରଣ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବା ନେଇ ସୂଚନା ରହିଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score