ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବ।ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ କାଲି ଅବପାତର ରୂପ ନେବ । ତେବେ ୨୩ରେ ବାତ୍ୟା ସୃଷ୍ଟି ହୋଇପାରେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସମ୍ଭାବ୍ୟ ସାମୁଦ୍ରିକ ଝଡ଼ର ନାଁ ରଖାଯାଇଛି ‘ଦାନା’। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୪ ସକାଳେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଅନ୍ୟପକ୍ଷେ ଆଇଏମ୍ଡି ଡିଜି କହିଛନ୍ତି ଯେ, ୨୪ ଓ ୨୫ ତାରିଖ ବେଶୀ ଗରୁତ୍ୱପୂର୍ଣ୍ଣ। ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ଯାଏ ରହିପାରେ । ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ପର୍ଯ୍ୟନ୍ତ ଯିବ ବୋଲି ଆକଳନ କରାଯାଇଛି ।
ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୩ ତାରିଖରୁ ପବନ ଓ ବର୍ଷା ଆରମ୍ଭ ହେବ। ଝଡ଼ ନେଇ ୧୦ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ୨୪ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ନିଂ ଜାରି ହୋଇଛି । ସେହିଭଳି ୫ ଜିଲାକୁ ଅରେଞ୍ଜ ଓ ୧୨ ଜିଲାକୁ ୟେଲୋ ୱାର୍ନିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |