Explore

Search
Close this search box.

Search

September 17, 2024 12:58 am

Genres

ବନ୍ଦ ହେବ ‘ନୂଆ-ଓ’ ଯୋଜନା: ବଦଳରେ ଲାଗୁହେବ ‘ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି, ପିଜି ଷ୍ଟୁଡେଣ୍ଟସ’

Nua-O Scheme

ବିଜେଡି ସରକାରଙ୍କ ଆଉ ଏକ ଯୋଜନାକୁ ବିଜେପି ସରକାର ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ଓଡ଼ିଶାରେ କଲେଜ ଛାତ୍ରଛାତ୍ରୀଙ୍କ ପାଇଁ ଚାଲୁଥିବା ‘ନୂଆ-ଓ’ ଯୋଜନାକୁ ବନ୍ଦ କରିଛନ୍ତି ରାଜ୍ୟ ସରକାର। ଏହା ବଦଳରେ ‘ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି, ପିଜି ଷ୍ଟୁଡେଣ୍ଟସ’ ନାମରେ ଏକ ନୂଆ ଯୋଜନା କାର୍ଯ୍ୟକାରୀ ହେବ।ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଏଥି ସହ ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା କହିଛନ୍ତି। ଶୁକ୍ରବାର ବିଧାନସଭାର ପ୍ରଶ୍ନକାଳରେ ବିଧାୟକ ଚକ୍ରମଣି କହଁର ‘ନୂଆ-ଓ’ ଯୋଜନା ବିଷୟରେ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଯୋଜନାକୁ ବନ୍ଦ କରାଯାଇଥିବା ଘୋଷଣା କରିଥିଲେ। ଏଥି ସହ ପିଜି-ୟୁଜି ପିଲାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ନୂଆ ଯୋଜନା ଆସିବା ସହ ପ୍ରସ୍ତୁତି ଚାଲୁ ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ତେବେ ଚଳିତ ବଜେଟ୍ ରେ ଏଥିପାଇଁ କୌଣସି ବ୍ୟୟ ଅଟକଳ ହୋଇନାହିଁ

ସୂଚନା ଅନୁଯାୟୀ, ପୂର୍ବ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ଛାତ୍ରବୃତ୍ତି ପ୍ରଦାନ ନେଇ ଘୋଷଣା କରିଥିଲେ। ଏହି ଯୋଜନାରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା। ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇଥିଲେ । ସେହିଭଳି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇଥିଲେ। ଏହି ଛାତ୍ରବୃତ୍ତି ଟଙ୍କା ସିଧାସଳଖ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟରେ ପ୍ରଦାନ କରାଯଯାଉଥିଲା। ମାତ୍ର ଏହାକୁ ବନ୍ଦ କରାଯାଇ ନୂଆ ନିୟମ ଲାଗୁହେବ ଅଭାବରେ ପଡି ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା ପିଲାଙ୍କ ଭବିଷ୍ୟତ ପାଇଁ ଆର୍ଥିକ ସହାୟତା ନାମକ ଏକ ଯୋଜନା ପ୍ରଣୟନ କରାଯିବ। ଯାହାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲୁ ରହିଛି। ଚଳିତ ବର୍ଷଠାରୁ ‘ନୂଆ-ଓ’ ଛାତ୍ରବୃତ୍ତି ଯୋଜନାର ବଜେଟ ସଂକ୍ରାନ୍ତୀୟ ପ୍ରାବଧାନ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score