ଆଖି ବୁଜିଲେ ଓଡିଶା ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତି l ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ୬୬ ବର୍ଷରେ ଦେହାନ୍ତ l ଦୀର୍ଘଦିନ ଧରି ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଥିଲେ ଉତ୍ତମ l ୧୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଉତ୍ତମ ମହାନ୍ତି l ୧୯୭୭ରେ ଅଭିମାନ ଚଳଚ୍ଚିତ୍ରରୁ ନିଜର କ୍ୟାରିଅର ଆରମ୍ଭ କରିଥିଲେ l ଉତ୍ତମଙ୍କ ଚର୍ଚ୍ଚିତ ଚଳଚ୍ଚିତ୍ର ଥିଲା ନିଝୁମ ରାତିର ସାଥୀ,ଝିଅଟି ସୀତା ପରି, ଦଣ୍ଡା ବାଳୁଙ୍ଗା, ଫୁଲ ଚନ୍ଦନ l କେବଳ ସେତିକି ନୁହେଁ ହିନ୍ଦୀ ଚଳଚ୍ଚିତ୍ର ‘ନୟା ଜହର’ରେ ବି ଅଭିନୟ କରିଥିଲେ l ତେବେ ଆଜି ଭୁବନେଶ୍ଵରସ୍ଥିତ ସତ୍ୟନଗରରେ ହେବ ଉତ୍ତମଙ୍କ ଶେଷକୃତ୍ୟ l ୧୧.୩୦ରେ ବିମାନବନ୍ଦରରେ ପହଞ୍ଚିବ ଉତ୍ତମଙ୍କ ପାର୍ଥିବ ଶରୀର l ଏହା ପରେ ଭୁବନେଶ୍ବର ସ୍ଥିତ ବାସଭବନକୁ ଆସିବ ମରଶରୀର l ଶେଷ ଦର୍ଶନ ପାଇଁ ସେଠାରେ ୩ରୁ ୪ ଘଣ୍ଟା ରହିବ ଏଥିସହ ସତ୍ୟନଗର ଶ୍ମଶାନରେ ହେବ ଶେଷକୃତ୍ୟ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |