ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ଦଳର ଖେଳାଳିମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ଅପରାହ୍ଣରେ ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବ। ହକି ଟିମ୍ ଭୁବନେଶ୍ଵର ଏୟାରପୋର୍ଟରେ ପହଞ୍ଚିବା ପରେ ପାରମ୍ପରିକ ନୃତ୍ଯଗୀତ, ବାଦ୍ଯରେ ସେମାନଙ୍କୁ ସ୍ବାଗତ କରାଯାଇଛି। କ୍ରୀଡ଼ା ମନ୍ତ୍ରୀଙ୍କ ସମେତ କ୍ରୀଡ଼ା ବିଭାଗର ଅଧିକାରୀ ମଧ୍ଯ ଉପସ୍ଥିତ ଅଛନ୍ତି।
ତେବେ ସୂଚନା ବିମାନବନ୍ଦରରେ ପହଞ୍ଚିବା ପରେ ହକି ଖେଳାଳିମାନେ ଏକ ଶୋଭାଯାତ୍ରାରେ ବିମାନ ବନ୍ଦରରୁ କଳିଙ୍ଗ ଷ୍ଟାଡିୟମ ଯାଇଛନ୍ତି । ଏହି ରୋଡ଼ ସୋ’ରେ ଓଡିଶାର କଳା ସଂସ୍କୃତିର ଝଲକ ମଧ୍ୟ ଦେଖିବାକୁ ମିଳିଥିଲା। ପୁରୀ ସାହିଯାତ ନୃତ୍ୟ, ଛଉ ନୃତ୍ୟ, ଘୁମୁରା ନୃତ୍ୟ, ଆଦିବାସୀ ନୃତ୍ୟ ତଥା ଢୋଲ ବାଜା ଆଦି ପାରମ୍ପରିକ ବାଦ୍ୟ ମାଧ୍ୟମରେ ଖେଳାଳିଙ୍କୁ ଜୋରଦାର ସ୍ୱାଗତ କରାଯାଇଛି। ଅପରାହ୍ଣରେ ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବର୍ଦ୍ଧିତ କରିବେ। ଏଠାରେ ସେମାନଙ୍କୁ ପୁରସ୍କାର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି।
ସେପଟେ ପୁରୀ ବେଳାଭୂମିରେ ବାଲୁକା କଳା ଜରିଆରେ ହକି ଟିମକୁ ସ୍ୱାଗତ ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |