ଭୁବନେଶ୍ବର: ପଞ୍ଚାୟତସ୍ତରରୁ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ଓଡିଶାରେ କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ l ଏହି ବିଷୟରେ ଲୋକସେବା ଭବନରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଏହି ଯୋଜନା ଅନୁଯାୟୀ ଆଗାମୀ ଦିନରେ ରାଜ୍ୟରେ ସର୍ବମୋଟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ ହେବା ସହିତ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସତ୍ୟବାଦୀ ବନ ବିଦ୍ୟାଳୟ ଯେପରି ଏକ ଆଦର୍ଶ ଶିକ୍ଷା ନିକେତନର ମାନ୍ୟତା ପାଇବା ସହ ସବୁଜ ପରିବେଶରେ ଯେଉଁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରୁଥିଲା ଠିକ୍ ସେହିଭଳି ଏହି ବିଦ୍ୟାଳୟଗୁଡ଼ିକରେ ମଧ୍ୟ ପିଲାମାନଙ୍କ ଉପକୁଳ ପରିବେଶ ସୃଷ୍ଟି କରିବା ଉପରେ ଧ୍ୟାନ ଦିଆଯିବ l ଏହି ବୈଠକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଉନ୍ନତିକରଣ ଉପରେ ମଧ୍ଯ ଆଲୋଚନା କରାଯାଇଥିଲା l ଏହି ଆଲୋଚନାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶିକା ଯାମିନୀ ଷଡ଼ଙ୍ଗୀ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ l
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |