Explore

Search
Close this search box.

Search

September 17, 2024 12:57 am

Genres

ସଡକ ସୁରକ୍ଷା କ୍ଷେତ୍ରରେ ଓଡିଶା ଶୀର୍ଷରେ

Odisha On Top In Road Safety

ସମ୍ପ୍ରତି ଦିଲ୍ଲୀରେ ଆୟୋଜିତ ହୋଇଥିବା ଫିକି ଷଷ୍ଠ ସଡ଼କ ସୁରକ୍ଷା କନକ୍ଲେଭ ଅବସରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଓଡ଼ିଶା ପାଇଁ ଯୁଗ୍ମ ପରିବହନ କମିସନର (ସଡ଼କ ସୁରକ୍ଷା) ପ୍ରଦୀପ କୁମାର ମହାନ୍ତିଙ୍କୁ ସମ୍ମାନିତ କରିଛନ୍ତି।

ସଡ଼କ ଦୁର୍ଘଟଣା ହ୍ରାସ ଦିଗରେ ସମସ୍ତ ରାଜ୍ୟ ନେଉଥିବା ପଦକ୍ଷେପ ମଧ୍ୟରେ ଓଡ଼ିଶାର ପଦକ୍ଷେପ ଉଚ୍ଚ ପ୍ରଶଂସିତ ହୋଇଛି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀ ଓଡ଼ିଶାକୁ ସମ୍ମାନିତ କରିବା ସହ ଏନଫୋର୍ସମେଣ୍ଟ, ରୋଡ୍‌ ଇଞ୍ଜିନିୟରିଂ ଉପରେ ଅଧିକରୁ ଅଧିକ ପ୍ରାଧାନ୍ୟ ଦେବାକୁ ପରାମର୍ଶ ଦେଇଛନ୍ତି। ସଡ଼କ ସୁରକ୍ଷା ଦିଗରେ ଚାଳକମାନଙ୍କ ପ୍ରଶିକ୍ଷଣ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି।

ଏ କ୍ଷେତ୍ରରେ ଓଡ଼ିଶାର ‘ସୁବାହକ’ ଯୋଜନାକୁ ସମଗ୍ର ଦେଶରୁ ସମବେତ ସଡ଼କ ସୁରକ୍ଷା ବିଶେଷଜ୍ଞମାନେ ଉଚ୍ଚ ପ୍ରଶଂସା କରିଛନ୍ତି। ସରକାର ସମସ୍ତ ଖର୍ଚ୍ଚ ବହନ କରି ରାଜ୍ୟରେ ଚାରିଟି ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବା ସହିତ ଗାଡ଼ି ଚାଳକମାନଙ୍କୁ ଦେଉଥିବା ପ୍ରଶିକ୍ଷଣ ପଦ୍ଧତି ଓ ସେଠାରୁ ପ୍ରଶିକ୍ଷିତ ଚାଳକମାନଙ୍କ ଶୂନ୍ୟ ଦୁର୍ଘଟଣା ରେକର୍ଡ ଅନ୍ୟ ରାଜ୍ୟ ପାଇଁ ଉଦାହରଣ ପାଲଟିଛନ୍ତି।

ଏହି ଅବସରରେ ଆୟୋଜିତ ଆଲୋଚନାଚକ୍ରରେ ଓଡ଼ିଶା ପକ୍ଷରୁ ଯୁଗ୍ମ ପରିବହନ କମିସନର ଶ୍ରୀ ପ୍ରଦୀପ କୁମାର ମହାନ୍ତି ରାଜ୍ୟ ପକ୍ଷରୁ ସଡ଼କ ସୁରକ୍ଷା ଦିଗରେ ନିଆଯାଇଥିବା ଅଭିନବ ଯୋଜନା ସଂପର୍କରେ ବିସ୍ତୃତ ତଥ୍ୟ ରଖିଥିଲେ ଏଥି ସହ ଆର୍ଟିଫିସିଆଲ ଇଣ୍ଟେଲିଜେଣ୍ଟ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଇଏମଏସ), ସ୍ୱୟଂଚାଳିତ ଯାନ ପରୀକ୍ଷଣ ବ୍ୟବସ୍ଥା, ଫିଟନେସ ଯାଞ୍ଚ ପାଇଁ ସ୍ୱୟଂକ୍ରିୟ କେନ୍ଦ୍ର ଏବଂ ‘ସୁବାହକ’ ଯୋଜନା ଉପରେ ସେ ଆଲୋକପାତ କରିଥିଲେ। ଆଗମୀ ଦିନରେ ଓଡିଶା ଯାନଚାଳକମାନଙ୍କୁ ପ୍ରଶିକ୍ଷିତ କରିବା ସହ ସେମାନଙ୍କ ବ୍ୟକ୍ତିତ୍ୱ ବିକାଶ ଦିଗରେ ଓଡ଼ିଶା କାର୍ଯ୍ୟ କରୁଛି ବୋଲି ସେ ସୂଚନା ଦେଇଥିଲେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score