Explore

Search

January 6, 2025 10:46 pm

Genres

ସାତକୋଶିଆରେ ଲାଗିଲା ପର୍ଯ୍ୟଟକଙ୍କ ଉପରେ କଟକଣା । ଆରମ୍ଭ ହେବ କୁମ୍ଭୀର ଓ ପକ୍ଷୀ ଗଣନା ପ୍ରକ୍ରିୟା

ଅନୁଗୁଳ: ସାତକୋଶିଆର ମହାନଦୀରେ କୁମ୍ଭୀର ଗଣନା ପାଇଁ ବନ ବିଭାଗର ୧୪ଟି ଦଳ ନିୟୋଜିତ କରିବାକୁ ଯୋଜନା ରହିଛି । ବିନା ବାଧାରେ ଗଣନା କାର୍ଯ୍ୟ କରିବାକୁ ଲକ୍ଷ୍ୟ ରଖିଛନ୍ତି କର୍ତ୍ତୃପକ୍ଷ । ଫଳରେ ସାତକୋଶିଆରେ ପର୍ଯ୍ୟଟକଙ୍କ ଉପରେ ଲାଗିଲା କଟକଣା ଲାଗୁ କରାଯାଇଛି । କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ପର୍ଯ୍ୟଟକଙ୍କୁ ବାରଣ ହେବା ସହ କୁମ୍ଭୀର ଗଣନା ପାଇଁ ୫ତାରିଖ ଅପରାହ୍ନରୁ ୯ ତାରିଖ  ସକାଳ ପର୍ଯ୍ୟନ୍ତ ଏବଂ ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ । ନଦୀରେ ମାଛ ଧରିବା ପାଇଁ ମସ୍ୟଜୀବୀଙ୍କୁ ମଧ୍ୟ ବାରଣ କରାଯାଇଛି । ସାତକୋଶିଆର ମହାନଦୀରେ କୁମ୍ଭୀର ଗଣନା ପାଇଁ ବନ ବିଭାଗର ୧୪ଟି ଦଳ ନିୟୋଜିତ କରିବାକୁ ଯୋଜନା ରହିଛି । ପର୍ଯ୍ୟଟକଙ୍କୁ ମହାନଦୀରେ ବୋଟିଂ ପାଇଁ ବାରଣ କରାଯାଇଥିବାର ସୂଚନା ମିଳିଛି l 

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score