Explore

Search

January 14, 2025 1:50 am

Genres

ସୁଭଦ୍ରାକୁ ନେଇ ବଡ ସୂଚନା -ବାଦ ପଡିଥିବା ମହିଳାଙ୍କୁ ମିଳିବ ପୁଣିଥରେ ସୁବିଧା

ଭୁବନେଶ୍ବର: ସୁଭଦ୍ରା କୁ ନେଇ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା l ଏହି ଯୋଜନାରୁ ବାଦ୍ ପଡିଥିବା ମହିଳାଙ୍କ ପାଇଁ ହେବ ଅପ୍ଟ ଇନ ବ୍ୟବସ୍ଥା । ପୋର୍ଟାଲରେ କରିପାରିବେ ଲଗଇନ। ସୋସିଆଲ ମିଡିଆରେ ଏହାକୁ ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା l ସୂଚନା ଅନୁଯାୟୀ ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିଥିବା ୧କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନକାରୀଙ୍କ ମଧ୍ୟରୁ ପ୍ରାୟ ୧୮ ହଜାର ୭୩୫ ମହିଳା ଡିସେମ୍ବର ୩ ସୁଦ୍ଧା ଓହରି ଯାଇଛନ୍ତି । ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ଖାତାକୁ ଆସିବ । ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ । କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ । ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି । ଏହା ମଧ୍ୟରୁ ୮୦ ଲକ୍ଷରୁ ଅଧିକ ହିତାଧିକାରୀ ଟଙ୍କା ପାଇସାରିଛନ୍ତି । ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score