Explore

Search

January 6, 2025 3:40 am

Genres

ସ୍ଵାଧୀନତା ସଂଗ୍ରାମୀଙ୍କ ମାସିକ ପେନସନ ବୃଦ୍ଧି କଲେ ଓଡିଶା ସରକାର

ଭୁବନେଶ୍ବର: ସ୍ବାଧୀନତା ସଂଗ୍ରାମୀ ସଦନ ଠାରେ ଅନୁଷ୍ଠିତ ୩୮ତମ ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି । ରାଜ୍ଯରେ (ବନ୍ଦୀ) ସ୍ବାଧୀନତା ସଂଗ୍ରାମୀମାନଙ୍କ ପେନ୍‌ସନକୁ ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ସହିତ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀମାନେ ପୂର୍ବରୁ ୯ ହଜାର ଟଙ୍କା ପାଉଥିବା ମାସକୁ ୧୪ ହଜାର ପାଇବେ। କେନ୍ଦ୍ର ସରକାରଙ୍କ ପେନସନ ପାଉଥିବା ସଂଗ୍ରାମୀମାନଙ୍କୁ ( ସ୍ବତନ୍ତ୍ରତା ସୈନିକ ସମ୍ମାନ) ରାଜ୍ୟ ସରକାର ମାସକୁ ଅତିରିକ୍ତ ୮ ହଜାର ଟଙ୍କା ଭତ୍ତା ପ୍ରଦାନ କରୁଥିଲେ । ଏହି ଭତ୍ତାକୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଜରୁରିକାଳୀନ ପରିସ୍ଥିତିକୁ ବିରୋଧ କରି ମିସା ଆଇନରେ ହୋଇଥିବା ସମସ୍ତ ସଂଗ୍ରାମୀମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନ୍‌ସନ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି l 

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score