Explore

Search
Close this search box.

Search

September 19, 2024 10:41 pm

Genres

୨୬ ଯାଏଁ ପ୍ରବଳ ବର୍ଷିବ: ୧୦ ଜିଲ୍ଲାରେ ଜାରି ହେଲା ୟେଲୋ ଆଲର୍ଟ

Odisha Weather News

ଲଘୁଚାପ ପ୍ରଭାବରେ ରାଜ୍ୟର ୧୦ ଟି ଜିଲ୍ଲାରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିବ ଏନେଇ ଆଜି ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ସୂଚନା ମୁତାବକ ଆଜି ପାଇଁ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି – ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡା |

ସେହିପରି ଆସନ୍ତା ୨୩ ରୁ ୨୪ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଲାଗି ୟେଲୋ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ ୨ ଦିନ ପରେ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ। ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ଦେଖାଦେଇଛି। ମୌସୁମୀ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ୪୦ ରୁ ୫୦ କି.ମି. ବେଗରେ ପବନ ପ୍ରବାହିତ ହେବ। ଆସନ୍ତା ୨୩ ତାରିଖ ଯାଏଁ ସମୁଦ୍ରରେ ଏପରି ସ୍ଥିତି ଲାଗି ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score