Explore

Search

January 13, 2025 2:25 am

Genres

IAS ସ୍ତରରେ ବଡ ଅଦଳବଦଳ: ବଦଳିବେ ୧୮ ଜଣ ଅଧିକାରୀ

IAS ସ୍ତରରେ ବଡ ଅଦଳବଦଳ ବଦଳିବେ ୧୮ ଜଣ ଅଧିକାରୀ

ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ଓଡ଼ିଶାରେ ଆଇଏଏସ୍ ସ୍ତରରେ ହୋଇଛି ବଡଧରଣର ଅଦଳବଦଳ। ରାଜ୍ୟର ୧୮ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ବଦଳି କରିଛନ୍ତି ଓଡ଼ିଶା ସରକାର। ଏନେଇ ବୁଧବାର ରାଜ୍ୟ ସଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ସତ୍ୟବ୍ରତ ସାହୁଙ୍କୁ ମିଳିଲା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ (ଏସିଏସ) ଦାୟିତ୍ୱ ମିଳିଛି । ସେହିପରି ଦେଓ ରଂଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏସିଏସ୍ । ଏହା ବ୍ୟତୀତ ସେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ (ଏସଆରସି) ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ସୁରେନ୍ଦ୍ର କୁମାରଙ୍କୁ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି । ଉଷା ପାଢ଼ୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ । ବିଶାଲ ଗଗନଙ୍କୁ ପ୍ରିନ୍ସିପାଲ ରେସିଡେଣ୍ଟ କମିଶନର ଦାୟିତ୍ବଏନ୍.ବି. ଏସ୍ ରାଜପୁତ ହେଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବଆଶ୍ୱଥି ଏସ୍ ଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ସଚିବ ଭାବେ ନିଯୁକ୍ତି ।

ସେହିପରି ରୁପା ରୋଶନ ସାହୁ ଦକ୍ଷିଣାଞ୍ଚଳ ଆରଡିସି, ସଚିନ ରାମଚନ୍ଦ୍ର ଯାଦବ ଉତ୍ତରାଞ୍ଚଳ ଆରଡିସି ଏବଂ ବି. ପରମେଶ୍ବରନ ହୋଇଛନ୍ତି କେନ୍ଦ୍ରାଂଚଳ ଆରଡିସିବଲୱନ୍ତ ସିଂଙ୍କୁ ପର୍ଯ୍ୟଟନ ବିଭାଗର ସଚିବ ଓ କମିଶନର ଦାୟିତ୍ବ ମିଳିଛି। ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଦାୟିତ୍ବରାଜ୍ଯପାଳଙ୍କ ପ୍ରମୁଖ ଶାସନ ସଚିବ ଥିବା ଏନ୍ ବି ଏସ୍ ରାଜପୁତଙ୍କୁ ରାଜ୍ଯ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଓଡ଼ିଶା ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଦାୟିତ୍ବ ତୁଲାଇବେ ସମର୍ଥ ବର୍ମାଅନନ୍ୟା ଦାସଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ବ ପ୍ରଦାନ କରାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score