ଝାଡଖଣ୍ଡର ଚକ୍ରଧରପୁର ଠାରେ ସୋମବାର ବିଳମ୍ବିତ ରାତିରେ ଘଟିଛି ଆଉ ଏକ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା। ହାୱଡା- ମୁମ୍ବାଇ ଏକ୍ସପ୍ରେସ ଚକ୍ରଧରପୁର ନିକଟରେ ଲାଇନଚ୍ୟୁତ ହୋଇଛି ଯେଉଁଥିରେ ଟ୍ରେନର ୧୮ଟି ବଗି କ୍ଷତିଗ୍ରସ୍ତ ହୋଇଥିବା ସୂଚନା ରହିଛି । ରାତି ପାଖାପାଖି ୩ଟା ୩୪ ମିନିଟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଏହି ଦୁର୍ଘଟଣାରେଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଛି ଏବଂ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାଯାଇଛି। ଏନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କେମିତି ଓ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ତାହାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଆହତ ଯାତ୍ରୀ ମାନଙ୍କୁ ଚକ୍ରଧରପୁର ସ୍ଥିତ ରେଲୱେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |