Explore

Search

October 14, 2025 3:14 am

Genres

ପରଲୋକର ବିଶିଷ୍ଟ ଆଦିବାସୀ ନେତା ଜର୍ଜ ତିର୍କୀ : ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ବିଶିଷ୍ଟ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ ହୋଇଛି । ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ପ୍ରାୟ ୩ମାସ ହେଲା ସେ ଅସୁସ୍ଥ ଥିଲେ । ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଗାର୍ଡ ଅଫ ଅନର୍‌ ଦିଆଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜର୍ଜ ତିର୍କୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭାର ଉପସ୍ଥିତ ସମସ୍ତ ସଦସ୍ୟ ମଧ୍ୟ ଶେଷ ଦର୍ଶନ କରିଛନ୍ତି। ଆଜି ତାଙ୍କ ଗାଁ ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ଝୁନମୁରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ । ସୂଚନା ଅନୁଯାୟୀ ବୀରମିତ୍ରପୁରରୁ ଜର୍ଜ ତିର୍କୀ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ୨ଥର, ସ୍ୱାଧୀନ ଭାବେ ଥରେ ଓ ସମତାକ୍ରାନ୍ତି ଦଳରୁ ଥରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score