Explore

Search

April 29, 2025 2:34 am

Genres

ବଦଳିବ ମେଟ୍ରୋ ରେଳ ପ୍ରକଳ୍ପ, ରୁଟ ତ୍ରିଶୁଳିଆ ନୁହେଁ ବରଂ କଟକ ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ

ବଦଳିବ ମେଟ୍ରୋ ରେଳ ପ୍ରକଳ୍ପ, ରୁଟ ତ୍ରିଶୁଳିଆ ନୁହେଁ ବରଂ କଟକ ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ

ବଦଳିବ ଭୁବନେଶ୍ବର କଟକ ମେଟ୍ରୋ ରୁଟ l ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ପୂର୍ବରୁ ଯେଉଁ ମେଟ୍ରୋର ପରିକଳ୍ପନା ହୋଇଥିଲା ତାର ସୁଚିନ୍ତିତ ଯୋଜନାକୁ ନେଇ କାର୍ଯ୍ୟକ୍ଷମ କରିବା ଉପରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ।

ଟେକ୍ନିକାଲ ଲୋକଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି ଏବଂ ଏହି କମିଟି ସର୍ଭେ ମଧ୍ୟ କରିଛି । ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ । କେଉଁଠୁ କେଉଁ ପର୍ଯ୍ୟନ୍ତ ଗଲେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ସେ ନେଇ କମିଟି ତର୍ଜମା କରୁଛି । ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ଖୁବ ଶୀଘ୍ର ହେବ ନୂଆ ଡିପିଆର୍ । ମେଟ୍ରୋ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପ ବଦ୍ଧ । ଜୟଦେବ ବିହାରରୁ ନନ୍ଦନକାନନ ରାସ୍ତା ତିନିଥାକିଆ ହେବ । ମନ୍ତ୍ରୀ କହିଛନ୍ତି ଯେ, ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପୂର୍ବରୁ ମେଟ୍ରୋ ଯିବା ନେଇ ପ୍ଲାନ କରାଯାଇଥିଲା । ହେଲେ ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କ’ଣ କରିବେ ? କଟକ ପର୍ଯ୍ୟନ୍ତ ଯିବାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ସେହିଭଳି ଅନ୍ୟାନ୍ୟ ସ୍ଥାନକୁ ମଧ୍ୟ ଯିବାର ଆବଶ୍ୟକତା ରହିଛି । କମିଟି ଅନୁଧ୍ୟାନ କରୁଛି ଏବଂ ଏହାର ପରିଧିକୁ ବିସ୍ତୃତ କରାଯିବ ଏବଂ ଏହି ପ୍ରକଳ୍ପକୁ ବାତିଲ କରାଯିବ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଇଏ ଲୋକଙ୍କ ସରକାର । ଲୋକଙ୍କର ଯାହା ଆବଶ୍ୟକତା ତାହା କରାଯିବ । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି । ଏହି ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ପ୍ରାୟ ୨୬ କିଲୋମିଟର ଏହି ମେଟ୍ରୋ ରେଳ ଚଳାଚଳ କରିବ ।

ଏହା ମଧ୍ୟରେ ୨୦ଟି ମେଟ୍ରୋ ରେଳ ଷ୍ଟେସନ ରହିବ । ଦିଲ୍ଲୀ ମେଟ୍ରୋ ରେଳ ନିଗମ (ଡିଏମଆରସି) ପରାମର୍ଶଦାତା ଭାବରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରୁଥିବା ନେଇ ସୂଚନା ମିଳିଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score