ଶେଷହେଲା ମହାପ୍ରଭୁଙ୍କ ବହୁପ୍ରତିକ୍ଷିତ ଘୋଷଯାତ୍ରା । ୧୨ ଦିନର ଲୀଳାଖେଳା ଶେଷ ହେବା ପରେ ଆଜି ନୀଳାଦ୍ରି ବିଜେ କରିବେ ନୀଳାଦ୍ରିପତି । ଆଜି ଅପରାହ୍ଣ ୪ଟାରୁ ଆରମ୍ଭ ହେବ ରଥାରୁଢ ଚତୁର୍ଦ୍ଧାମୂରତିଙ୍କ ଗୋଟି ପହଣ୍ଡି । ଏତେ ଦିନ ଧରି ଏକା ଛାଡ଼ି ଯାଇଥିବାରୁ ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ୍ ଗୁରୁତ୍ବ ରହିଛି । ପ୍ରତିବର୍ଷ ନୀଳାଦ୍ରିବିଜେ ଦିନ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ନୀଳାଦ୍ରିବିଜେ ଦିନ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ରସଗୋଲା ଦେଇ ମାନଭଞ୍ଜନ କରିବାର ପରମ୍ପରା ରହିଆସିଛି । ଏନେଇ ଶ୍ରୀମନ୍ଦିର ପ୍ରବେଶ ଦ୍ୱାରରେ ବାଟ ଓଗାଳିବେ ମା’ ଲକ୍ଷ୍ମୀ । ପରେ ସେଠାରେ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ ପକ୍ଷରୁ ବଚନିକା ଅନୁଷ୍ଠିତ ହେବ । ଏହି ବଚନିକାରେ ମହାଲକ୍ଷ୍ମୀ ମାନଭଞ୍ଜନ ପାଇଁ ଭିତର ମହାପାତ୍ର ରସଗୋଲା ଭୋଗ କରିବେ । ଜଗନ୍ନାଥ ରସଗୋଲା ଖୁଆଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ଏବଂ ଶ୍ରୀମନ୍ଦିର ନିକଟରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |