Explore

Search
Close this search box.

Search

November 6, 2024 11:00 pm

Genres

ଆଜି ପବିତ୍ର କୃଷ୍ଣ ଜନ୍ମାଷ୍ଟମୀ କୃଷ୍ଣ ଧ୍ୱନି ରେ ଉତ୍ସବ ମୁଖରେ ହୋଇଉଠିଛି ସାରା ଦେଶ

Krishna Janmashtami

ଆଜି ହେଉଛି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି, ପବିତ୍ର କୃଷ୍ଣ ଜନ୍ମାଷ୍ଟମୀ। ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ସମଗ୍ର ଦେଶ ହୋଇଉଠିଛି କୃଷ୍ଣମୟ। ଶ୍ରୀ କୃଷ୍ଣଙ୍କ ଜନ୍ମସ୍ଥାନ ମଥୁରା ନଗରୀ ଠାରୁ ଆରମ୍ଭ କରି ଜଗନ୍ନାଥ ଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହର ମାହୋଲ। ଶ୍ରୀମନ୍ଦିରରେ ବିଶେଷ ଭାବେ ଏହି ଜନ୍ମୋତ୍ସବ ପାଳିତ ହେଉଛି।

କିମ୍ବଦନ୍ତୀ ଅନୁସାରେ ଆଜିର ଦିନରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ। ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ। ଏହି ରାତିରେ କୃଷ୍ଣଙ୍କୁ ଧ୍ୟାନ କଲେ, ତାଙ୍କ ନାମ ନେଇ ମନ୍ତ୍ର ଜପ କରିଲେ, ସାଂସାରିକ ମୋହମାୟା ଜନିତ ଆସକ୍ତି ଦୂରହୁଏ ବୋଲି ବିଶ୍ବାସ ରହିଛି ତେଣୁ ଏହାକୁ ମୋହରାତ୍ରି ମଧ୍ୟ କୁହାଯାଏ। ସାରା ବିଶ୍ବର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ।

ତେବେ ଏହି ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବସନ୍ଧ୍ୟା ଧୂପ ଶେଷ ହେବା ପରେ ମହାଜନ ସେବକଙ୍କ ଦ୍ବାରା ଶ୍ରୀ କୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ। ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବଦୁଇ ଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ। ପରେ ମଦନମୋହନଙ୍କୁ ନାଭିକଟା ମଣ୍ତପକୁ ନିଆଯାଇ କୃଷ୍ଣ ଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ। ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ।

ଅନ୍ୟପଟେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ଲାଗି ଭୁବନେଶ୍ବର ସ୍ଥିତ ଇସ୍କନ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ପ୍ରଭୁଙ୍କୁ ଦର୍ଶନ କରିବା ଲାଗି ମନ୍ଦିରରେ ଭକ୍ତଙ୍କ ଭିଡ଼ ଲାଗିଛି। ସୂଚନା ଥାଉ କି ରାତି ୧୨ଟାରେ ଅଭିଷେକ କରାଯିବ। ପୂଜାର୍ଚ୍ଚନା ସାରିବା ପରେ ବ୍ରତଧାରୀମାନେ ପ୍ରସାଦ ସେବନ କରି ନିଜ ବ୍ରତ ଖୋଲିବେ। ଏଥିସହ ରାଜ୍ୟରେ ଥିବା ଅନ୍ୟ ମନ୍ଦିରରେ ମଧ୍ୟ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଲାଗି ସ୍ୱତନ୍ତ୍ର ଆୟୋଜନ କରାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score