କେରଳର ୱାୟନାଡ ଠାରେ ହୋଥିବା ଭୟଙ୍କର ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ୧୫୦ ପାର ହୋଇସାରିଛି । ସୂଚନା ମୁତାବକ ଗତକାଲି କେରଳର ୱାୟନାଡରଠାରେ ମାତ୍ର ୪ ଘଣ୍ଟା ବ୍ୟବଧାନରେ ଘଟିଥିବା କ୍ରମାଗତ ତିନିଟି ଭୂସ୍ଖଳନରେ ୫ଟି ଗାଁ ସଂପୂର୍ଣ୍ଣ ଧୋଇ ହୋଇଯାଇଛି। ଏପର୍ଯ୍ୟନ୍ତ ମାଟି ଭିତରୁ ୧୫୬ ଜଣଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି। ଏହାସହିତ ୧୮୦ ଜଣରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ତେବେ ଆହୁରି ୧୦୦ ରୁ ଅଧିକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି।
କେରଳ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ ଉଦ୍ଧାର କାର୍ଯ୍ୟରେ ନୌସେନା, ସେନାବାହିନୀ, ଏନ୍ଡିଆର୍ଏଫ୍ ସାମିଲ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। କେରଳ ସରକାର ଏଥିପାଇଁ ଦୁଇ ଦିନିଆ ଶୋକ ଘୋଷଣା କରିଛନ୍ତି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଭାରତୀୟ ବାୟୁ ସେନା ହେଲିକେପ୍ଟରର ସହାୟତା ନିଆଯାଉଛି। ତେବେ ଉକ୍ତ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିଥିବାରୁ ଉଦ୍ଧାର କାର୍ଯ୍ୟ ପ୍ରଭାବିତ ହେଉଛି।
କେରଳରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ଜାରି ରହିଥିଲା ଯେଉଁଥିପାଇଁ ଗତକାଲି ଭୂସ୍ଖଳନ ପରିସ୍ଥିତି ଉପୁଜିଥିଲା ପ୍ରଥମେ ଉପରମୁଣ୍ଡରେ ଥିବା ମେପ୍ପାଡି ଗାଁକୁ ଭୂସ୍ଖଳନ ସଂପୂର୍ଣ୍ଣ ଧୋଇ ଦେଇଥିଲା। ପରେ ଲକ୍ଷଲକ୍ଷ କ୍ବିଣ୍ଟାଲର ମାଟି, ପଥର, କାଦୁଅ ଆଦି ଅନ୍ୟଗାଁ ଉପରେ ମାଡ଼ିଯାଇଥିଲା। ଭୋର୍ ସମୟରେ ଅଧିକାଂଶ ଲୋକ ଶୋଇଥିବାରୁ ଏହି ଭୂସ୍ଖଳନ ବାବଦରେ ଜାଣିନପାରି ଏହାର ଶିକାର ହୋଇଥିବା ସୂଚନା ରହିଛି ।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |