Explore

Search

December 26, 2024 5:58 pm

Genres

କୁମାର ପୂର୍ଣ୍ଣିମା ଦ୍ଵନ୍ଦ : କେଉଁ ତାରିଖରେ ପାଳିବେ କୁମାର ପୂର୍ଣ୍ଣିମା

Full Moon

ପଞ୍ଜିକାର ତିଥି, ବାର, ଯାତ୍ରା, ଶୁଭ ତଥା ଅଶୁଭ ବେଳାକୁ ମାନି ସାଧାରଣ ଲୋକ ପୂଜାପାଠ କରିଥାନ୍ତି । କିନ୍ତୁ ଅନେକ ସମୟରେ ଭିନ୍ନ ଭିନ୍ନ ପଞ୍ଜିକାରେ ଭିନ୍ନ ଭିନ୍ନ ତାରିଖ ଉଲ୍ଲେଖକୁ ନେଇ ସୃଷ୍ଟି ହେଉଛି ଦ୍ବନ୍ଦ୍ବ । ଚଳିତ ବର୍ଷ କୁମାର ପୂର୍ଣ୍ଣିମା ଯେଉଁ ତାରିଖରେ ଉଲ୍ଲେଖ କରାଯାଇଛି ଓ ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା ପାଳନ ଭିନ୍ନ ଥିବାରୁ ସାଧାରଣ ଲୋକଙ୍କ ମଧ୍ୟରେ ଦ୍ଵନ୍ଦ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ପଞ୍ଜିକାରେ କୁମାରପୂର୍ଣ୍ଣିମା ଅକ୍ଟୋବର ୧୭ ତାରିଖ ଲେଖା ରହିଛି । ଆଉ କିଛି ପଞ୍ଜିକାରେ କୁମାରପୂର୍ଣ୍ଣିମା ଅକ୍ଟୋବର ୧୮ ତାରିଖ ଲେଖା ଅଛି ।

ତେବେ କେତେକ ଜ୍ୟୋତିର୍ବିଦ ମାନଙ୍କ ମତରେ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ଅନୁଯାୟୀ ୧୬ ତାରିଖରେ ଗଜଲକ୍ଷ୍ମୀ ପୂଜା କରାଯିବ । ଏହାର ପର ଦିନ ଅର୍ଥାତ ୧୭ ତାରିଖରେ ପାଳନ ହେବ କୁମାର ପୂର୍ଣ୍ଣିମା ବ୍ରତ । ଫଳରେ ଶୁକ୍ରବାର ଠାରୁ ଧର୍ମମାସ କାର୍ତ୍ତିକ ଆରମ୍ଭ ହେବ ।

ଶ୍ରୀମନ୍ଦିର ପରମ୍ପରା ଓ ସଂସ୍କୃତିରେ ସମସ୍ତ ନୀତିକାନ୍ତି ମୁକ୍ତିମଣ୍ଡପ ଦ୍ୱାରା ସ୍ଥିରୀକୃତ ହୋଇଥାଏ । ଏପରିକି ପର୍ବ ପର୍ବାଣି ମାନଙ୍କରେ ବିଶେଷ ନୀତିକାନ୍ତି ସବୁ ମଧ୍ୟ ଛାତିଶା ନିଯୋଗରେ ଆଲୋଚନା କରାଯାଇ ସ୍ଥିରୀକୃତ କରାଯାଇଥାଏ । ଭିନ୍ନ ଭିନ୍ନ ପଞ୍ଜିକା ଦ୍ୱାରା ନିର୍ଦ୍ଧାରଣ ହୋଇଥିବା ସମୟରେ ପୂର୍ବରୁ ଅନେକ ତାରତମ୍ୟ ଦେଖାଯାଇଥିବାରୁ ସାଧାରଣ ଲୋକଙ୍କ ମନରେ ଭ୍ରମ ସୃଷ୍ଟି ହେଉଥିବା ନେଇ ସୂଚନା ରହିଛି ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score