Explore

Search

January 14, 2026 9:26 am

ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ପ୍ରାରମ୍ଭିକ ଶୈଶବ ଯତ୍ନ ଓ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ

ଆଜି ଇନ୍ଦିରା ଗାନ୍ଧି ରାଷ୍ଟ୍ରୀୟ ମୁକ୍ତ ବିଶ୍ଵବିଦ୍ୟାଳୟ ଅଫିସିଆଲ ୱେବସାଇଟ ତରଫରୁ ପ୍ରାରମ୍ଭିକ ଶୈଶବ ଯତ୍ନ ଓ ଶିକ୍ଷା କାର୍ଯ୍ୟକ୍ରମରେ ଡିପ୍ଲୋମା ପାଇଁ ଓଡ଼ିଆରେ ପାଠ୍ୟ ପୁସ୍ତକର ଶୁଭାରମ୍ଭ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦ୍ଵାରା ଶୁଭାରମ୍ଭ ହୋଇଯାଇଛି। ଏହା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ମାତୃଭାଷାରେ ଶିକ୍ଷା ଗ୍ରହଣରେ ବେଶ ସହାୟକ ହେବ। ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦିଗଦର୍ଶନରେ ପ୍ରସ୍ତୁତ ଜାତୀୟ ଶିକ୍ଷା ନୀତି -୨୦୨୦ରେ ମଧ୍ୟ ରାଜ୍ଯ ସରକାର ମାତୃଭାଷା ଓ ବହୁଭାଷାରେ ଶିକ୍ଷା ପାଇଁ ପ୍ରାଧାନ୍ୟ ଦେଇଛନ୍ତି। ଲୋକସେବା ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ କୁଳପତି ପ୍ରଫେସର ଶ୍ରୀମତୀ ଉମା କାଞ୍ଜିଲାଲ ମଧ୍ୟ ଉପସ୍ଥିତ ଥିଲେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score