ରାଜ୍ଯରେ କୃଷି ଜମିକୁ ଜଳସେଚନ ସୁବିଧାକୁ ତ୍ୱରାନ୍ୱିତ କରିବା ପାଇଁ ୨,୧୫,୧୯୨ ହେକ୍ଟର ଜମିକୁ ପ୍ରତ୍ୟକ୍ଷ ଜଳ ସଂଯୋଗ କରାଯିବ l ଫଳରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ୫ଟି ବୃହତ ଜଳସେଚନ ପ୍ରକଳ୍ପ । ଏହାର କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ପୁଙ୍ଖାନୁପୁଙ୍ଖ ତର୍ଜମା କରିଛନ୍ତି । ୫ଟି ପ୍ରକଳ୍ପ ସାମୂହିକ ଭାବରେ ୨,୧୫,୧୯୨ ହେକ୍ଟର ଚାଷ ଜମିକୁ ଜଳସେଚନ କରିବ । ଦୀର୍ଘ ଦିନ ଧରି ପଡ଼ି ରହିଥିବା ଏହି ପ୍ରକଳ୍ପଗୁଡ଼ିକ ଶୀଘ୍ର କାର୍ଯ୍ୟକ୍ଷମ ହେବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।ଜଳସମ୍ପଦ ବିଭାଗର ଅଧିକାରୀଙ୍କ ସହିତ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଜିଲ୍ଲାରେ ଇବ୍ ଜଳସେଚନ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ଅଙ୍ଗ୍ ଜଳସେଚନ ପ୍ରକଳ୍ପ, କେନ୍ଦୁଝର ଜିଲ୍ଲାରେ ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ, ଝାରପଡା ଜଳସେଚନ ପ୍ରକଳ୍ପ ଓ କାନୁପୁର ଜଳସେଚନ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଏବଂ ଆଗାମୀ ଦିନରେ ଏହି ପ୍ରକଳ୍ପ ଗୁଡିକ କିପରି ତ୍ୱରାନ୍ୱିତ ହେବ ସେ ବିଷୟରେ ମଧ୍ଯ ଆଲୋଚନା କରିଛନ୍ତି ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |