Explore

Search

September 22, 2026 9:07 pm

କାଲିଠୁ ଛେଚିବ ବର୍ଷା

ଭୁବନେଶ୍ୱର : ଓଡ଼ିଶାବାସୀଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ଖବର । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବ ନାହିଁ। ଏହା ଗଭୀର ଅବପାତ ଭାବେ ଦକ୍ଷିଣ ଓଡ଼ିଶା-ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ତେବେ ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ତିନି ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଅବପାତ ଟି ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ରହିଛି। ଏହା ଘଣ୍ଟା ପ୍ରତି ପ୍ରାୟ ୧୮ କିଲୋମିଟର ବେଗରେ ପଶ୍ଚିମ ଦିଗକୁ ଗତି କରୁଛି। ଗୋପାଳପୁରଠାରୁ ପ୍ରାୟ ୨୦୦ କିଲୋମିଟର ଦକ୍ଷିଣ-ପୂର୍ବରେ ଏହାର କେନ୍ଦ୍ର ରହିଛି। ପୁରୀଠାରୁ ପ୍ରାୟ ୨୧୦ କିଲୋମିଟର ଦକ୍ଷିଣରେ ଏବଂ କଳିଙ୍ଗପାଟ୍ଟଣମ ଠାରୁ ପ୍ରାୟ ୨୦୦ କିଲୋମିଟର ପୂର୍ବ-ଦକ୍ଷିଣପୂର୍ବରେ ମଧ୍ୟ ଏହା ଅବସ୍ଥିତ ଅଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହି ଅବପାତ ଗଭୀର ଅବପାତରେ ପରିଣତ ହେବ। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ବଢ଼ିବ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି, ଗଭୀର ଅବପାତଟି ବିଶାଖାପାଟ୍ଟଣମ ଓ ଗୋପାଳପୁର ମଧ୍ୟରେ ଉପକୂଳ ଅତିକ୍ରମ କରିବ। ୨୩ ସେପ୍ଟେମ୍ବର ରାତିରୁ ୨୪ ସେପ୍ଟେମ୍ବର ଭୋର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରାଯାଇଛି।

ବାତ୍ୟାର ଆଶଙ୍କା ନଥିଲେ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ସତର୍କତା ଜାରି କରାଯାଇଛି। ପ୍ରଶାସନକୁ ମଧ୍ୟ ସଜାଗ ରହିବାକୁ କୁହାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score