Explore

Search

January 14, 2026 3:55 am

ବରଗଡ଼ବାସୀଙ୍କୁ ବଡ଼ ଭେଟି ଦେଲେ ମୁଖ୍ୟମନ୍ତ୍ରୀ, ୧୨୩ଟି ପ୍ରକଳ୍ପର କଲେ ଶୁଭାରମ୍ଭ

ବରଗଡ଼ : ପୁଣି ମୁଖ୍ୟମନ୍ତ୍ରୀଙ୍କ ମହାନତା । ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ମଞ୍ଚରେ ବରଗଡ଼ବାସୀଙ୍କୁ ବଡ଼ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ। ଆଉ ଯାହାକୁ ନେଇ ବରଗଡବାସୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

ବିଶ୍ଵର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମଞ୍ଚରୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ କରିଛନ୍ତି ବଡ଼ ଘୋଷଣା । ଜିଲ୍ଲାର ଉନ୍ନତି ପାଇଁ ୧ ହଜାର ୩୬୨ କୋଟି ଟଙ୍କାରୁ ଅଧିକ ବିନିଯୋଗରେ ୧୨୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହା ସହିତ ୩୮୦ କୋଟି ଟଙ୍କାର ୪ଟି ନୂଆ ପ୍ରକଳ୍ପ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବରଗଡ଼ରେ ୯୮୦ କୋଟି ୫୮ ଲକ୍ଷ ଟଙ୍କା ବିନିଯୋଗରେ ସମୁଦାୟ ୮୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ୩୮୨ କୋଟି ୨୬ ଲକ୍ଷ ଟଙ୍କା ମୂଲ୍ୟର ୩୮ ଟି ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ମଧ୍ୟ କରାଯାଇଛି ।

ସେହିପରି ୬୫ କୋଟି ଟଙ୍କା ବିନିଯୋଗରେ ବରଗଡ଼ ସଦରରେ ଅଟଳ ବସଷ୍ଟାଣ୍ଡ ଯୋଜନାରେ ଏକ ଅତ୍ୟାଧୁନିକ ବସ ଟର୍ମିନାଲ ନିର୍ମାଣ କରାଯିବ ଓ ଗ୍ରୀଣ୍ଡୋଲା ଠାରେ ୧୫୦ କୋଟି ଟଙ୍କା ବିନିଯୋଗରେ ଏକ ଅନ୍ତ ନଦୀ ଜଳାଶୟ ନିର୍ମାଣ କରାଯିବ । ଏହି ଚାରୋଟି ପ୍ରକଳ୍ପ ପାଇଁ ପ୍ରାୟ ୩୮୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ଏହି ଅବସରରେ ୨୦୦ ପ୍ରମୁଖ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯାଇଛି ।

ଏହି ପରିପ୍ରେକ୍ଷୀରେ ଧନୁଯାତ୍ରା ପାଇଁ ରଙ୍ଗମହଲ ନିର୍ମାଣର ମଧ୍ୟ ଶିଳାନ୍ୟାସ କରାଯାଇଛି । ଆଉ ସେଥିପାଇଁ ପ୍ରାୟ ୧୨ କୋଟି ୮୦ ଲକ୍ଷ ଟଙ୍କା ବିନିମୟ ହୋଇଛି । ଏହା ସାରା ବିଶ୍ୱରେ ଶ୍ରେଷ୍ଠ ରଙ୍ଗମହଲ ଭାବେ ପରିଚୟ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ନିଜ ଅଭିଭାଷଣରେ କହିଛନ୍ତି ।

ବରଗଡ଼ ଧନୁଯାତ୍ରାର ସପ୍ତମ ଦିନରେ ମଥୁରା ନଗରୀ ମହାରାଜ କଂସଙ୍କ ଦରବାରରେ ରାଜ ଅତିଥି ସାଜିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ । କଂସ ମହାରାଜ, ଦରବାରରେ ମୁଖ୍ୟମନ୍ତ୍ରୀଙ୍କୁ କଳିଙ୍ଗ ସମ୍ରାଟ ଭାବେ ସମ୍ୱୋଧନ କରିଥିଲେ । ପଚାରିଥିଲେ ମଥୁରା ନଗରୀ (ବରଗଡ଼)ର ବିକାଶ ପାଇଁ କି ପଦକ୍ଷେପ ନିଆଯାଇଛି । କଂସ ମହାରଜାଙ୍କ ପ୍ରଶ୍ନର ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଥିଲେ “ମଥୁରା (ବରଗଡ଼)ର ଉନ୍ନତି ପାଇଁ ସମୁଦାୟ ପ୍ରାୟ ୧୩୬୨ କୋଟି ଟଙ୍କାରୁ ଅଧିକ ବିନିଯୋଗରେ ୧୨୩ଟି ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ଏହା ସହିତ ୩୮୦ କୋଟି ଟଙ୍କାର ଚାରିଟି ନୂଆ ପ୍ରକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score