Explore

Search

July 15, 2026 10:55 am

ବିଜେପିରେ ମିଶିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର : ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ ଆଜି ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି ।

ଦଳରେ ଯୋଗଦାନ ପରେ ଦେବାଶିଷ ସାମନ୍ତରାୟ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି ଯେ, ବିକଶିତ ଭାରତ ଗଠନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଓ କାର୍ଯ୍ୟଧାରାରୁ ପ୍ରଭାବିତ ହୋଇ ସେ ବିଜେପିରେ ଯୋଗ ଦେଇଛନ୍ତି।

ଓଡ଼ିଶାରେ ଦଳକୁ ଆହୁରି ସଶକ୍ତ କରିବା ପାଇଁ କାମ କରିବେ ବୋଲି ସେ କହିଛନ୍ତି।

ଗତ ସୋମବାର ସେ ବିଜେଡିର ପ୍ରାଥମିକ ସଦସ୍ୟତା ସହ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ। ବିଜେଡି ଛାଡ଼ିବାର ଦିନକ ପରେ ସେ ବିଜେପିରେ ଯୋଗ ଦେଇଛନ୍ତି।

ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ଇସ୍ତଫା ପତ୍ରରେ ଦେବାଶିଷ ସାମନ୍ତରାୟ ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରିଛନ୍ତି। ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେ ଏହି କଠିନ ନିଷ୍ପତ୍ତି ନେଇଥିବା କହିଛନ୍ତି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score