Explore

Search

October 23, 2026 5:07 pm

ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ସିଏମ୍ କିଷାନ ଯୋଜନା

CM Kisan Yojana

ରାଜ୍ୟରେ ଖୁବ ଶୀଘ୍ର ଆରମ୍ଭ ହେବାକୁଯାଉଛି ସିଏମ୍ କିଷାନ ଯୋଜନା। ଏନେଇ ବୁଧବାର ବିଧାନସଭାରେ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଏହି ଯୋଜନା ଅଧୀନରେ ବର୍ଷକୁ ୨ଟି କିସ୍ତିରେ କୃଷକମାନଙ୍କୁ ୪ ହଜାର ଟଙ୍କା ଆର୍ଥିକ ସହାୟତା ମିଳିବ।

ତେବେ ସୂଚନା ଥାଉ କି ବୁଧବାର ବିଧାନସଭାର ପ୍ରଶ୍ନକାଳରେ ବିଜେପି ବିଧାୟକ ମାନସ ଦତ୍ତ ସିଏମ୍ କିଷାନ ଯୋଜନା ଯୋଜନା ନେଇ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ଦେଇ ଯୋଜନାକୁ ଶୀଘ୍ର ଆରମ୍ଭ କରାଯିବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ।

ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନକାରୀମାନେ ସିଏମ୍ କିଷାନ ପୋର୍ଟାଲରେ ଆବେଦନ କରିପାରିବେ। ସେହିପରି ଯୋଗ୍ୟତା ଥାଇ ପିଏମ୍ କିଷାନ ଯୋଜନାରୁ ବାଦ୍‌ ଚାଷୀଙ୍କୁ ସାମିଲ କରାଯିବାର ବ୍ୟବସ୍ଥା ରହିବ। ପ୍ରତ୍ୟେକ ଭୂମିହୀନ କୃଷି ପରିବାରକୁ ସମୁଦାୟ ତିନୋଟି କିସ୍ତିରେ ୧୨ ହଜାର ୫୦୦ ଟଙ୍କା ପ୍ରଦାନ କରାଯିବ।

ତେବେ କେଉଁ ଦିନ ଏହି ଯୋଜନାର ଶୁଭାରମ୍ଭ ହେବ ସେ ନେଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆଗକୁ ଘୋଷଣା କରାଯିବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score